ପ୍ରିୟଙ୍କା ଲଢ଼ିବାକୁ ଯାଉଛନ୍ତି ପ୍ରଥମଥର ପାଇଁ ନିର୍ବାଚନ

ପ୍ରିୟଙ୍କା ଲଢ଼ିବାକୁ ଯାଉଛନ୍ତି ପ୍ରଥମଥର ପାଇଁ ନିର୍ବାଚନ

ନୂଆଦିଲ୍ଲୀ: ପ୍ରଥମଥର ପାଇଁ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି ପ୍ରିୟଙ୍କା ଗାନ୍ଧି ଭଦ୍ରା। ସେ କେରଳର ୱାୟନାଡ ଲୋକସଭା ଉପ ନିର୍ବାଚନ ଲଢ଼ିବେ। ଆଜି କଂଗ୍ରେସ ପକ୍ଷରୁ ବିଧିବଦ୍ଧ ଭାବେ ତାଙ୍କୁ ୱାୟନାଡରୁ ପ୍ରାର୍ଥୀ କରାଯାଇଛି।ଏହାବାଦ କେରଳ ୨ଟି ବିଧାନସଭା ଉପ ନିର୍ବାଚନ ପାଇଁ ମଧ୍ୟ କଂଗ୍ରେସ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। କେରଳର ପାଲକ୍କଡରୁ ରାହୁଲ ଏମଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ ଚେଲାକାରାରୁ ରାମ୍ୟା ହରିଦାସ କଂଗ୍ରେସ ଟିକେଟ ପାଇଛନ୍ତି।ଆସନ୍ତା ନଭେମ୍ବର ୧୩ ତାରିଖରେ ୱାୟନାଡ ସମେତ ଏହି ଦୁଇ ବିଧାନସଭା ଆସନରେ ଭୋଟ ହେବ। ଏଥିପାଇଁ ଭାରତୀୟ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର ରାଜବୀ କୁମାରଙ୍କ ଘୋଷଣା ଅନୁଯାୟୀ, କେରଳର ୱାୟନାଡ ଲୋକସଭା ଆସନରେ ଉପ ନିର୍ବାଚନ ନଭେମ୍ବର ୧୩ରେ ଅନୁଷ୍ଠିତ ହେବ।ଏଥିପାଇଁ ଗ୍ୟାଜେଟ ନୋଟିଫିକେସନ ୧୮ ଅକ୍ଟୋବରରେ ପ୍ରକାଶ ପାଇବ। ନାମାଙ୍କନ ଦାଖଲ ଶେଷ ତାରିଖ ଅକ୍ଟୋବର ୨୫ ରହିଥିବା ବେଳେ ପ୍ରତ୍ୟାହାର ପାଇଁ ଅକ୍ଟୋବର ୩୦କୁ ଧାର୍ୟ୍ୟ କରାଯାଇଛି। ନଭେମ୍ବର ୧୩ରେ ଏଠାରେ ଭୋଟିଂ ହେବାକୁ ଥିବା ବେଳେ ନଭେମ୍ବର ୨୩ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ।