ବ୍ୟାସକବି ଫକୀର ମୋହନ ସେନାପତିଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର  : ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ରାଜ୍ୟସ୍ତରୀୟ ବ୍ୟାସକବି ଫକୀର ମୋହନ ସ୍ମୃତି ସଂସଦର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଜୟଦେବ ଭବନଠାରେ ରାଜ୍ୟସ୍ତରୀୟ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଯୋଗ ଦେଇଥିଲେ । ସମ୍ମାନନୀୟ ଅତିଥି ଭାବେ ନୀଳଗିରି ବିଧାୟକ ସନ୍ତୋଷ କୁମାର ଖଟୁଆ, ମୁଖ୍ୟବକ୍ତା ଭାବେ ଉକôଳ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରସନ୍ନ କୁମାର ସ୍ୱାଇଁ, ଫକୀର ମୋହନ ସ୍ମୃତି ସଂସଦର ସାଧାରଣ ସଂପାଦକ ଡ. ବିରାଜ ମୋହନ ଦାସ ବିଶିଷ୍ଟ ଅତିଥି ଭାବେ ଯୋଗ ଦେଇଥିଲେ । ସୂଚନା ଓ ଲୋକସଂପର୍କ ବିଭାଗ ନିଦେ୍ର୍ଦଶକ ସରୋଜ କୁମାର ସାମଲ କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଅପରାହ୍ନରେ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ସୃଷ୍ଟି ଓ ସାଧନାକୁ ନେଇ ସଂସଦ ପକ୍ଷରୁ କବିତା ପାଠୋସôବ ଆୟୋଜନ କରା ଯାଇଥିଲା । ପୂର୍ଣ୍ଣଚନ୍ଦ୍ର ପଟ୍ଟନାୟକଙ୍କ ପରିଚାଳନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କାର୍ଯ୍ୟକ୍ରମକୁ ଦିଲୀପ କୁମାର ତ୍ରିପାଠୀ ଏବଂ ରଶ୍ମୀ ଦାସ ଓ ଗୀତାଞ୍ଜଳି ମହାନ୍ତି ସଂଯୋଜନା କରିଥିଲେ । ଲୋକସମ୍ପର୍କ ଅଧିକାରୀ ରୋଜାଲିନ ସାହୁ ମଞ୍ଚ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ନିଦେ୍ର୍ଦଶକ (ବୈଷୟିକ) ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ନିଦେ୍ର୍ଦଶକ ସନ୍ତୋଷ କୁମାର ଦାସ, ଜୟଦେବ ଭବନ ଉପନିଦେ୍ର୍ଦଶକ ଦିପ୍ତିମୟୀ ମହାପାତ୍ର ଓ ଲୋକସଂପର୍କ ବିଭାଗର ବହୁ ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ଛାତ୍ରଛାତ୍ରୀ, ଗଣମାଧ୍ୟମର ପ୍ରତିନିଧା ଏବଂ ବୁଦ୍ଧିଜୀବୀ ଯୋଗ ଦେଇଥିଲେ ।
ସେହିପରି ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀ (ମକର ସଂକ୍ରାନ୍ତି) ଅବସରରେ ଉକôଳ ବିଶ୍ୱବିଦ୍ୟାଳୟ,  ଭୁବନେଶ୍ୱର ସମ୍ମୁଖରେ ଥିବା ବ୍ୟାସକବି ଫକୀର ମୋହନ ସେନାପତିଙ୍କ ପ୍ରତିମୂର୍ତ୍ତିରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରଫୁଲ୍ଲ ସାମଲ, ସୂଚନା ଓ ଲୋକସମ୍ପର୍କ ବିଭାଗର ନିଦେ୍ର୍ଦଶକ ସରୋଜ କୁମାର ସାମଲ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମଣ ବେହେରା, ରାଜ୍ୟସ୍ତରୀୟ ବ୍ୟାସକବି ଫକୀର ମୋହନ ସ୍ମୃତି ସଂସଦର ସାଧାରଣ ସମ୍ପାଦକ ଡ. ବିରାଜ ମୋହନ ଦାସ, ସଭାପତି ଜୀବନ ମହାପାତ୍ର, ସ୍ମୃତି ସଂସଦର ଅନ୍ୟାନ୍ୟ କର୍ମକର୍ତ୍ତା,  ସୂଚନା ଓ ଲୋକସମ୍ପର୍କ ବିଭାଗର ବିଭାଗର ଅନ୍ୟାନ୍ୟ ଅଧିକାରୀ ଓ କର୍ମଚାରୀ, ଆଚାର୍ଯ୍ୟ ବିହାର ପରିଷଦର ସମ୍ପାଦକ ତଥା ବିଭିନ୍ନ ସାମାଜିକ ଅନୁଷ୍ଠାନ କର୍ମକର୍ତ୍ତା ପ୍ରମୁଖ   ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି । ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୁଲ୍ୟରେ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ କରାଯାଉଥିବା ପରିପ୍ରେକ୍ଷୀରେ ଆଜି ଅତିଥିମାନଙ୍କ ସହ ବିଭାଗର ବହୁ ଅଧିକାରୀ ଏବଂ କର୍ମଚାରୀ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ଯୋଗଦେଇ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣ କରିଥିଲେ ।