ନାବାଳିକାଅ ୬୦% ପୋଡି ଯାଇଛନ୍ତି କହିଲେ ଡାକ୍ତର
ନାବାଳିକା ୬୦% ପୋଡି ଯାଇଛନ୍ତି । ଝିଅ ୬୦% ପୋଡି ଯାଇଥିବା ଡାକ୍ତର କହିଲେ । ଏମ୍ସରେ ଚିକିତ୍ସିତ ହେଉଛନ୍ତି ବଳଙ୍ଗା ପୋଡି ଛାତ୍ରୀ । କିଏ ଏମିତି କଲା ଓ କାହିଁକି କଲା ତଦନ୍ତ କରୁଛି ପୁଲିସ । ସୂଚନାମୁତାବକ, ସକାଳୁ ସାଙ୍ଗ ଘରକୁ ଯାଉଥିଲା ବାଟରେ ନାବାଳିକାକୁ ଉଠାଇନେଲେ ୩ ଦୁର୍ବୃତ୍ତ । ମୁହଁରେ କପଡ଼ା ବାନ୍ଧି ଭାର୍ଗବୀ ନଦୀ ପଠାକୁ ନେଇଗଲେ । ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଜାଳିଦେଲେ । ଅଘଟଣ ବେଳେ ପହଞ୍ଚିଥିଲେ କିଛି ସ୍ଥାନୀୟ ଲୋକ । ଲୋକଙ୍କୁ ଦେଖି ଚମ୍ପଟ ମାରିଥିଲେ ଦୁର୍ବୃତ୍ତ । ନିଆଁ ଲିଭାଇବା ସହ ନାବାଳିକାକୁ କରିଥିଲେ ଉଦ୍ଧାର । ମତେ ବଞ୍ଚାନ୍ତୁ ବୋଲି ଗୁହାରି କରିଥିଲେ ନାବାଳିକା । ନାବାଳିକାର ପୋଷାକ, ଚପଲ ପୋଡ଼ି ଯାଇଥିଲା । ତୁରନ୍ତ ନାବାଳିକା ଘରେ ଖବର ଦିଆଯାଇଥିଲା । ପିପିଲି ମେଡିକାଲରେ ଦିଆଯାଇଥିଲା ପ୍ରାଥମିକ ଚିକିତ୍ସା । ପରେ ପୀଡ଼ିତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି ।