ଦେହରେ କିରାସିନି ଢାଳି ଜଳିଗଲେ ଯୁବତୀ
ରାଜ୍ୟରେ ପୁଣି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଜଣେ ଯୁବତୀ ନିଜ ଦେହରେ କିରାସିନି ଢାଳି ନିଆଁ ଲଗାଇ ଦେଇଛନ୍ତି । ଗୁରୁତର ଭାବେ ପୋଡ଼ିଯିବା କାରଣରୁ ତାଙ୍କର ମୃତ୍ୟୁ ହୋଇଯାଇଛି । ତେବେ ଯୁବତୀ ଜଣକ କେଉଁ କାରଣରୁ ଏଭଳି ଏକ ଚରମ ପଦକ୍ଷେପ ନେଲେ, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି । ପାରିପାର୍ଶ୍ୱିକ ସ୍ଥିତି ଓ ପରିବାର ଲୋକଙ୍କ ବୟାନ ଆଧାରରେ ମୃତ୍ୟୁର ପ୍ରକୃତ କାରଣ ଜାଣିବା ପାଇଁ ତଦନ୍ତ ଜାରି ରହିଛି ।