ମୋହନ ଦେବେ ଟଙ୍କା : ମୃତ ଗାଈ ପାଇଁ ୩୭ ହଜାର, ଛେଳି ପାଇଁ ୪ ହଜାର

flood in odisha

ମୋହନ ଦେବେ ଟଙ୍କା : ମୃତ ଗାଈ ପାଇଁ ୩୭ ହଜାର, ଛେଳି ପାଇଁ ୪ ହଜାର

ମୃତ ଗୃହପାଳିତ ପଶୁମାନଙ୍କ ପାଇଁ ଦୁଧିଆଳୀ ପଶୁ ଯଥା ମଇଁଷି, ଗାଈ ପିଛା ୩୭,୫୦୦  ଟଙ୍କା, ଛେଳି ବା ମେଣ୍ଢା ପିଛା ୪ ହଜାର ଟଙ୍କା, ଭାରବାହୀ ପଶୁ ଯଥା ବଳଦ, ମଇଁଷି, ଘୋଡା ପିଛା ୩୨ ହଜାର  ଟଙ୍କା, ବାଛୁରୀ, ଗଧ ଏବଂ ଖଚର ପିଛା ୨୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ  । ଏହି ସହାୟତା ରାଶି ଗୋଟିଏ ପରିବାରର ୩ଟି ବଡ ଦୁଗ୍ଧ ପ୍ରଦାନକାରୀ ପଶୁ ବା ୩୦ଟି ଛୋଟ ଦୁଗ୍ଧ ପ୍ରଦାନକାରୀ ପଶୁ କିମ୍ବା ୩ଟି ବୃହତ ଭାରବାହୀ ପଶୁ ବା ୬ଟି ଛୋଟ ଭାରବାହୀ ପଶୁଙ୍କ  ପର୍ଯ୍ୟନ୍ତ ସୀମିତ ରହିବ  ।
ହସ୍ତଶିଳ୍ପ, ହସ୍ତତନ୍ତ କାରିଗରମାନଙ୍କୁ ଯନ୍ତ୍ରାଂଶ ନଷ୍ଟ ବା ପ୍ରତିସ୍ଥାପନ ପାଇଁ ଗ୍ରାମୀଣ କାରୀଗର ପିଛା ୫ ହଜାର ଟଙ୍କା ଓ ବିଭିନ୍ନ ଆନୁସଙ୍ଗିକ ଦ୍ରବ୍ୟ ପାଇଁ ଗ୍ରାମୀଣ କାରୀଗର ପିଛା ୫୦୦୦  ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯିବ  ।

ମତ୍ସ୍ୟଜୀବିମାନଙ୍କ ଆଂଶିକ କ୍ଷତିଗ୍ରସ୍ତ ଡଙ୍ଗା ପାଇଁ ୬ ହଜାର ଟଙ୍କା, ଆଂଶିକ କ୍ଷତିଗ୍ରସ୍ତ ଜାଲ ପାଇଁ ୩ ହଜାର  ଟଙ୍କା, ସଂପୂର୍ଣ୍ଣ ଭାଙ୍ଗି ଯାଇଥିବା ଡଙ୍ଗା ପାଇଁ ୧୫ ହଜାର ଟଙ୍କା, ସଂପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିବା ଜାଲ ପାଇଁ ୪ ହଜାର ଟଙ୍କା ଓ ମତ୍ସ୍ୟ ଯାଆଁଳ ଚାଷର କ୍ଷତି ପାଇଁ ହେକ୍ଟର ପିଛା - ୧୦,୦୦୦  ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ  ।