ଭୁବନେଶ୍ୱରରେ ଆସନ୍ତାକାଲି ହାପ୍ ଡେ’ ଅଫିସ
ଭୁବନେଶ୍ୱର : ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ଦ୍ବିତୀୟାର୍ଦ୍ଧରେ ଭୁବନେଶ୍ବରରେ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଭୁବନେଶ୍ବର ମହାନଗର ନିଗମ ଅନ୍ତର୍ଗତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ରାଜସ୍ବ ଓ ମାଜିଷ୍ଟ୍ରେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ) ଛୁଟି ରହିବ। ଅତ୍ୟଧିକ ଭିଡ଼ ଓ ଟ୍ରାଫିକ ସମସ୍ୟା ଆଶଙ୍କାରେ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।