ଲଘୁଚାପ : ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଲଘୁଚାପ :  ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୧୮ ତାରିଖରେ ରାଜ୍ୟରେ ପୁଣି ଏକ ଲଘୁଚାପ  ସୃଷ୍ଟି ସମ୍ଭାବନା ଅଛି । ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

ପାଣିପାଗ ବିଭାଗର ଆକଳନ କହୁଛି, ରବିବାର ମାଲକାନଗିରି ଓ କୋରାପୁଟରେ ବର୍ଷା ସମ୍ଭାବନା ଅଛି । ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ  ବି ବର୍ଷା ହେବ । ୨୪ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସୋମବାର ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ାରେ ଅଧିକ ବର୍ଷା ସମ୍ଭାବନା ଅଛି । ୧୯ ତାରିଖରେ କୋରାପୁଟ ଓ କଳାହାଣ୍ଡିରେ  ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ମାଲକାନଗିରି, ବଲାଙ୍ଗିର ସମେତ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ  ପ୍ରବଳ ବର୍ଷା ଆକଳନ କରାଯାଇଛି । ଗତ ୨୪ ଘଣ୍ଟାରେ ଯାଜପୁରର ବରୀରେ ୮୫.୨ ମିମି ବର୍ଷା ହୋଇଛି । ଶନିବାର ସକାଳରୁ ସନ୍ଧ୍ୟା ଭିତରେ ଢେଙ୍କାନାଳରେ ୧୮.୬, ତାଳଚେରରେ ୧୬.୨ ଓ ପୁରୀରେ ୧୩ମିମି ବର୍ଷା ରେକର୍ଡ ହୋଇଛି ।