ବାୟୁସେନା ହେଲିକପ୍ଟରର ବଡ଼ ଦୁର୍ଘଟଣା

ପାଟ୍‌ନା : ବିହାରର ମୁଜାଫରପୁରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ ହେଲିକପ୍ଟର ପାଣିକୁ ଖସିପଡ଼ିଛି। କୁହାଯାଉଛି, ଏହି ହେଲିକପ୍ଟରଟି ବନ୍ୟା ରିଲିଫ୍‌ ସାମଗ୍ରୀ ନେଇ ପକାଇବାକୁ ଯାଇଥିବା ବେଳେ ମୁଜାଫରପୁରର ଅରାଇସ୍ଥିତ ଘନଶ୍ୟାମପୁରଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲିକପ୍ଟରରେ ଦୁଇଜଣ ପାଇଲଟଙ୍କ ସମେତ ୩ ଜଣ କର୍ମଚାରୀ ଥିଲେ। ତେବେ ସମସ୍ତେ ସୁରକ୍ଷିତ ଥିବା ଜଣାପଡ଼ିଛି।