ଇଣ୍ଡିଆ ଲିଡରସିପ୍ ସମ୍ମିଟ - ୨୦୨୪ ବିଶ୍ୱ ଅର୍ଥନୀତିର ଗ୍ରୋଥ୍ ଇଞ୍ଜିନ ହେବ ଭାରତ:  ଧର୍ମେନ୍ଦ୍ର


ାା ପ୍ରଭାନୁ୍ୟଜ୍ ।ା ଭୁବନେଶ୍ୱର: ଜାତୀୟ ଶିକ୍ଷା ନୀତି ଭାରତୀୟ ଶିକ୍ଷା ପ୍ରଣାଳୀରେ ଏକ ବଡ ପରିବର୍ତ୍ତନ ଆଣିବ । ଭାରତ ସରକାରଙ୍କ ଶିକ୍ଷା ନୀତି ସହ ଅନ୍ୟାନ୍ୟ କ୍ଷେତ୍ରରେ ସଂସ୍କାର ଭାରତକୁ ଆଗାମୀ ଦୁଇ ଦଶନ୍ଧି ମଧ୍ୟରେ ବିଶ୍ୱ ଅର୍ଥନୀତିର ଅଭିବୃଦ୍ଧି ଇଞ୍ଜିନ୍ କରାଇବ ବୋଲି ସୋମବାର ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ ଇଣ୍ଡିଆ ଲିଡରସିପ ସମ୍ମିଟ -୨୦୨୪ରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  ।
ଆମେରିକା – ଇଣ୍ଡିଆ ଷ୍ଟ୍ରାଟେଜିକ୍ ପାର୍ଟନରସିପ ଫରୋମ (ୟୁଏସଆଇଏସପିଏଫ) ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ଅଧୀନରେ ଫାୟାରସାଇଡ୍ ଚାଟରେ ଜାତୀୟ ଶିକ୍ଷା ନୀତି ସହ ଶିକ୍ଷା ବ୍ୟବସ୍ଥା ସମ୍ବନ୍ଧୀୟ ବିଭିନ୍ନ ପ୍ରଶ୍ନର ଉତ୍ତର ରଖିଥିଲେ କେନ୍ଦ୍ରମନ୍ତ୍ରୀ । ଜାତୀୟ ଶିକ୍ଷା ନୀତି -୨୦୨୦ର ପ୍ରାଥମିକ କ୍ଷେତ୍ର, ଭାରତର ଶିକ୍ଷା ବ୍ୟବସ୍ଥାରେ ନୂଆ ଶିକ୍ଷା ନୀତି ଦ୍ୱାରା ହେବାକୁ ଥିବା ପରିବର୍ତ୍ତନ ଉପରେ ଶ୍ରୀ ପ୍ରଧାନ ମତ ରଖିଥିଲେ  । ସେ କହିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କଳ୍ପନାରେ ଦେଶରେ ପ୍ରଣୟନ ହୋଇଥିବା ଜାତୀୟ ଶିକ୍ଷା ନୀତି ଏକ ଦାର୍ଶନିକ ଦସ୍ତାବିଜ୍  । ଜାତୀୟ ଶିକ୍ଷା ନୀତି ଦେଶର ଯୁବପିଢି ଭବିଷ୍ୟତ ପାଇଁ ପ୍ରସ୍ତୁତ କରାଇବା ସହ ବୈଶ୍ୱିକ ନାଗରିକରେ ପରିବର୍ତ୍ତନ କରିବ  । ଏହି ଯୁବଶକ୍ତିମାନେ କେବଳ ଭାରତ ନୁହେଁ ବରଂ ବିଶ୍ୱର କଲ୍ୟାଣ ଦିଗରେ ବ୍ରତୀ ରହିବେ । ଜାତୀୟ ଶିକ୍ଷା ନୀତିର ପ୍ରାଥମିକତା କ୍ଷେତ୍ର ଯଥା ଶିକ୍ଷାରେ ପ୍ରଯୁକ୍ତିବିଦ୍ୟାର ସମନ୍ୱୟ ଉପରେ ଆମର ଫୋକସ ରହିଛି । ଦେଶରେ ଡିଜିଟାଲ ଶିକ୍ଷା ପରିସଂସ୍ଥାନରେ ଅଭୁତପୂର୍ବ ପରିବର୍ତ୍ତନ ହେଉଛି । ଭାରତୀୟ ଭାଷାରେ ଶିକ୍ଷାକୁ ପ୍ରୋସôାହିତ କରାଯାଉଛି  । ଗବେଷଣା ଏବଂ ଇନୋଭେସନର ପରମ୍ପରାକୁ ପ୍ରୋସôାହିତ କରାଯାଉଛି  । କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମତରେ ଡିଗ୍ରୀ ଓ ସାର୍ଟିଫିକେଟ୍ ଅପେକ୍ଷା ଦକ୍ଷତା ବହୁତ ଗୁରୁତ୍ୱପୂର୍ଣ୍ଣ । କୋଭିଡ୍ ସମୟରେ ଦକ୍ଷତା ତଥା ସାମର୍ଥ୍ୟ ବଳରେ ହୋଇଥିବା ଅନେକ ସୃଜନଶୀଳ ଇନୋଭସନକୁ ସମସ୍ତେ ପ୍ରଶଂସା କରିଥିଲେ  । ଭାରତ ସବୁଠୁ ଅଧିକସଂଖ୍ୟକ ଯୁବବର୍ଗ ଅଛନ୍ତି  । ଏହାକୁ ଦୃଷ୍ଟିରେ ରଖି ଜାତୀୟ ଶିକ୍ଷା ନୀତି କେବଳ ଶିକ୍ଷା ନୁହେଁ ବରଂ ନିଯୁକ୍ତି ଆଧାରିତ ଶିକ୍ଷା ପ୍ରଦାନ କରିବ  । ଛାତ୍ରଛାତ୍ରୀଙ୍କୁ ସ୍କିଲିଂ, ରି-ସ୍କିଲିଂ ଓ ଅପ୍ ସ୍କିଲିଂ କରାଇବ  । ଆମର ଶିକ୍ଷା ନୀତି କେବଳ ଗୁଣାତ୍ମକ ନୁହେଁ ବରଂ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଶିକ୍ଷା ପ୍ରଦାନ କରିବ  । ଆଜି ମୋଦୀ ସରକାରରେ ବିଦେଶରେ ଭାରତର ନିଜସ୍ୱ କ୍ୟାମ୍ପ୍ସସ ପ୍ରତିଷ୍ଠା ହେଉଛି, ଯାହା ଏକ ବଡ ଉପଲବ୍ଧି  । ଆଗାମୀ ଦିନରେ ଜାତୀୟ ଶିକ୍ଷା ନୀତି ବିଶ୍ୱସ୍ତରରେ ପ୍ରଭାବ ପକାଇବାକୁ ଯାଉଛି ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।