ଆନ୍ତଃ ରାଜ୍ୟ ବିବାଦ : ଗଠନ ହେବ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି 

interministerial committee

ଆନ୍ତଃ ରାଜ୍ୟ ବିବାଦ : ଗଠନ ହେବ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି 

ଭୁବନେଶ୍ୱର : ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାର ଥିବା ବିବାଦଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀସ୍ତରୀୟ କମିଟି ଗଠନ କରାଯିବ  । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି  । ବୈଠକରେ  ବିଭିନ୍ନ ଆନ୍ତଃ ରାଜ୍ୟ ବିବାଦ ସଂପର୍କରେ ବିଷଦ ଆଲୋଚନା କରାଯାଇଥିଲା  । ପୋଲାଭରମ, ବଂଶଧାରା, ମହାନଦୀ, କୋଟିଆ ଆଦି ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇଥିଲା  ।

ଆଲୋଚନାରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଏସିଏସ ନିକୁଞ୍ଜ ବିହାରୀ ଧଳ, ଉନ୍ନୟନ କମିଶନର ଅନୁ ଗର୍ଗ, ରାଜସ୍ୱ ବିଭାଗ ଏସିଏସ ଦେଓ ରଞ୍ଜନ କୁମାର ସିଂହ, ଆଇନ ସଚିବ ମାନସ ରଞ୍ଜନ ବାରିକ ପ୍ରମୁଖ ଉପସ୍ଥିତ ଥିଲେ ।