ଆଜି ମହାପ୍ରଭୁଙ୍କ ବନକଲାଗି ନୀତି
ପୁରୀ : ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି। ଶ୍ରୀଗୁଣ୍ଡିଚା ମନ୍ଦିରରେ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ମଧ୍ୟାହ୍ନ ଧୂପ ପରେ ଆଡପ ମଣ୍ଡପରେ ହେବ ବନକଲାଗି ନୀତି। ବନକଲାଗି ନୀତି ପାଇଁ କିଛି ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ।
ଗତରାତିରେ ରଥ ଉପରୁ ଗୋଟି ପହଣ୍ଡିରେ ଯାଇ ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ବିଜେ କରିଥିଲେ ଶ୍ରୀଜିଉ। ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ବଡ ଭାଇ ବଳଭଦ୍ର, ତାପରେ ଭଉଣୀ ସୁଭଦ୍ରା ଏବଂ ଶେଷରେ ଜନ୍ମବେଦୀକୁ ବିଜେ କରିଥିଲେ ମହାପ୍ରଭୁ ଜଗନ୍ନାଥ। ମହାପ୍ରଭୁଙ୍କ ଆଡପ ବିଜେ ଦେଖିବାକୁ ଲୋକାରଣ୍ୟ ହୋଇପଡ଼ିଥିଲା ଶ୍ରୀକ୍ଷେତ୍ର। ପହଣ୍ଡି ବେଳେ ଘଣ୍ଟଘଣ୍ଟା ସାଙ୍ଗକୁ ଭକ୍ତଙ୍କ ହରିବୋଲ ଓ ଜୟ ଜଗନ୍ନାଥ ଧ୍ୱନିରେ ମୁଖରିତ ହୋଇଥିଲା ପରିବେଶ। ଲକ୍ଷାଧିକ ସଂଖ୍ୟାରେଭକ୍ତ ଚତୁର୍ଦ୍ଧା ବିଗ୍ରହଙ୍କ ଆଡ଼ପ ପହଣ୍ଡି ଦେଖିବାର ସୌଭାଗ୍ୟ ଅର୍ଜନ କରିଥିଲେ।