ସମସ୍ତ ହବିଷ୍ୟାଳିଙ୍କ ପାଇଁ ବ୍ୟବସ୍ଥା ହେବ : ଜୟନ୍ତୀ ଷଡ଼ଙ୍ଗୀ

ସମସ୍ତ ହବିଷ୍ୟାଳିଙ୍କ ପାଇଁ ବ୍ୟବସ୍ଥା  ହେବ : ଜୟନ୍ତୀ ଷଡ଼ଙ୍ଗୀ

ପୁରୀ: ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ହବିଷ୍ୟାଳି। ତେବେ ଏହାରି ଭିତରେ ବଡ଼ ସୂଚନା ମିଳିଛି କି, ପୁରୀରେ ହବିଷ୍ୟାଳିମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ବୃନ୍ଦାବତୀ ନିବାସ ସାମ୍ନାରେ ହବିଷ୍ୟାଳିମାନେ ଏକାଠି ହୋଇ ଆନ୍ଦୋଳନ କରିଛନ୍ତି। ପଞ୍ଜୀକରଣ କରି ନ ଥିବା ହବିଷ୍ୟାଳିମାନେ ରହଣି ଦାବି କରି ଆନ୍ଦୋଳନ କରୁଛନ୍ତି। ଏନେଇ ଘଟଣାସ୍ଥଳରେ ଆନ୍ଦୋଳନକାରୀଙ୍କୁ ବୁଝାସୁଝା ପାଇଁ ଅତିରିକ୍ତ ଜିଲାପାଳ, ଉପଜିଲାପାଳ ପହଞ୍ଚିଛନ୍ତି। ଉପଜିଲାପାଳ କହିଛନ୍ତି, ପ୍ରଥମେ ପଞ୍ଜୀକୃତ ହବିଷ୍ୟାଳିଙ୍କ ଲାଗି ବ୍ୟବସ୍ଥା କରାଯିବ। ଏହା ପରେ ସ୍ଥାନ ଫାଙ୍କା ରହିଲେ ଅଣପଞ୍ଜୀକୃତ ହବିଷ୍ୟାଳିଙ୍କୁ ଦିଆଯିବ।

ଅଣପଞ୍ଜୀକୃତ ହବିଷ୍ୟାଳିଙ୍କୁ ନେଇ ପୁରୀରେ ସମସ୍ୟା ଉପୁଜିବା ପରେ ଶୁକ୍ରବାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ପୂର୍ବତନ ବିଧାୟକ ଜୟନ୍ତ ଷଡ଼ଙ୍ଗୀ। ସେ କହିଛନ୍ତି, ଯେଉଁ ମା’ମାନେ ଆସିଛନ୍ତି ସମସ୍ତଙ୍କ ପାଇଁ ରହିବା ବ୍ୟବସ୍ଥା ହେବ। ପଞ୍ଜୀକୃତ କରି ଆସି ନ ଥିବା ହବିଷ୍ୟାଳି ମା’ମାନେ ରହିବେ। ସେମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ସ୍ଥାନାଭାବ ହେଲେ ବି ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ମୁଁ ଏନେଇ ଜିଲା ପ୍ରଶାସନ ସହ ଆଲୋଚନା କରିସାରିଛି।