ଭୁବନେଶ୍ୱରରେ ପହଞ୍ଚିଲେ ଜେ ପି ନଡ୍ଡା

ଭୁବନେଶ୍ୱରରେ  ପହଞ୍ଚିଲେ ଜେ ପି  ନଡ୍ଡା

ଭୁବନେଶ୍ୱର: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ଗୁରୁବାର ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଦିନିକିଆ ଓଡ଼ିଶା ଗସ୍ତରେ ଆସିଥିବା ନଡ୍ଡା ଭୁବନେଶ୍ୱରର ବିମାନ ବନ୍ଦରରେ ପହଞ୍ଚିଛନ୍ତି ।ରାଜ୍ୟ ବିଜେପି ପକ୍ଷରୁ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯିବ। ପରେ ଜେ.ପି ନଡ୍ଡା ସେଠାରୁ ସିଧାସଳଖ ବିଜେପି କାର୍ୟ୍ୟାଳୟକୁ ଆସିବେ। ବିଜେପି ପାର୍ଟି ଅଫିସରେ ଦିନ ସାଢ଼େ ୧୧ରୁ ଅପରାହ୍ନ ୧ଟା ପର୍ୟ୍ୟନ୍ତ ସାଂସଦ, ବିଧାୟକ, ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ।ଏଥିସହିତ ଜେ.ପି ନଡ୍ଡା ବୁଦ୍ଧିଜୀବି ସମ୍ମିଳନୀରେ ଯୋଗ ଦେଇ ଦଳର ସଦସ୍ୟତା ଅଭିଯାନ ସଂପର୍କରେ ଆଲୋଚନା କରିବାର କାର୍ୟ୍ୟକ୍ରମ ରହିଛି। ଅପରାହ୍ନରେ ଜେ.ପି ନଡ୍ଡା ସୁଆଣ୍ଡୋ ଗସ୍ତରେ ଯିବାର କାର୍ୟ୍ୟକ୍ରମ ରହିଛି। ପରେ ସେ ଦିଲ୍ଲୀ ଫେରି ଯିବାର ସୂଚନା ରହିଛି।