ଲଗାଣ ବର୍ଷା ଯୋଗୁଁ କୋଣାର୍କ ମନ୍ଦିର ପରିସରରେ ଫୁଟେ ଉଚ୍ଚର ପାଣି
କୋଣାର୍କ: ଲଗାଣ ବର୍ଷା ଯୋଗୁଁ ସୂର୍ଯ୍ୟମନ୍ଦିର କୋଣାର୍କ ମନ୍ଦିର ପରିସରରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହିଛି। ଯେଉଁ ରାସ୍ତା ଦେଇ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ କରାଯାଏ, ପାର୍ଶ୍ୱ ରାସ୍ତା ଦେଇ ପର୍ୟ୍ୟଟକ ମନ୍ଦିର ବେଢ଼ା ବୁଲନ୍ତି ସେ ସବୁ ବୁଡ଼ି ଯାଇଛି। ଫଳରେ ପର୍ୟ୍ୟଟକ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। କିଛି ପର୍ୟ୍ୟଟକ ପାଣି ଭିତରେ ପଡ଼ି ବି ଯାଇଛନ୍ତି। ଫଳରେ ସେମାନେ ମନ୍ଦିର ପ୍ରଶାସନ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରୁଛନ୍ତି।ପରିସ୍ଥିତିକୁ ଦେଖି ପମ୍ପସେଟ୍ ଲଗାଇ ପାଣି ନିଷ୍କାସନ ପାଇଁ ଉଦ୍ୟମ କରାଯାଉଛି। କୋଣାର୍କ ସୂର୍ଯ୍ୟ ମନ୍ଦିରରେ ଏ ପରିସ୍ଥିତି କିଛି ନୂଆ ନୁହେଁ। ଅଳ୍ପ ସମୟ ବର୍ଷାରେ ବି ପାଣି ଏଠି ଲହରି ଭାଙ୍ଗେ।ଏପରି ସମସ୍ୟା ବର୍ଷ ବର୍ଷ ଧରି ଏଠାରେ ଲାଗି ରହିଥିଲେ ବି ଏହାର ସ୍ଥାୟୀ ସମାଧାନ ପାଇଁ ପ୍ରଶାସନିକ ସ୍ତରରେ ଆନ୍ତରିକତା ପ୍ରକାଶ ପାଉନି। ଫଳରେ ଦେଶ ବିଦେଶରୁ ଆସୁଥିବା ପର୍ୟ୍ୟଟକ ଏଠାରୁ ଖରାପ ଅନୁଭୂତି ନେଇ ଫେରୁଛନ୍ତି।