ଭୁବନେଶ୍ୱରରେ ୪୦ କୋଟି ବ୍ୟୟରେ ନିର୍ମାଣ ହେବ ଆଦର୍ଶ ଗୋ’ଶାଳା :

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ବରରେ ୪୦ କୋଟି ବ୍ୟୟରେ ଆଦର୍ଶ ଗୋ’ଶାଳା ନିର୍ମାଣ ହେବ। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏନେଇ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ରାଜଧାନୀର ବୁଲାଗୋରୁଙ୍କୁ ସେଠାରେ ରଖାଯିବ। ଏଥିନିମନ୍ତେ ଜମି ଚିହ୍ନଟ ହୋଇସାରିଛି। ଗୋରୁଙ୍କ ଗୋବର, ମୂତ୍ରରୁ ବିଭିନ୍ନ ପ୍ରଡକ୍ଟ ବାହାର କରାଯିବ। ସହରାଞ୍ଚଳ ରାଜରାସ୍ତାରୁ ଗୋରୁଙ୍କୁ ହଟାଇବା ପାଇଁ ୫ଟି ସ୍ଥାନରେ ଗୋ’ଶାଳା ହେଉଛି।