ପ୍ରେମିକାଙ୍କ ଆତ୍ମହତ୍ୟା ପରେ ୟୁଟ୍ୟୁବର ଲବ ହାଂସଦା ବିବାଦ ଘେରରେ

ବିବାଦ ଘେରରେ ୟୁଟ୍ୟୁବର ଲବ ହାଂସଦା । ବେଙ୍ଗାଲୁରୁର ଏଚ ଏସ ଆର ଲେ ଆଉଟ ପୋଲିସ ଥାନାରେ ଲବ ବିରୋଧରେ ହୋଇଛି ଏତଲା । ଲବ ହାଂସଦାଙ୍କ ପ୍ରେମିକା ସୋଲମୀ ମୁର୍ମୁ ୨ ଦିନ ତଳେ ଆତ୍ମହତ୍ୟା କରିଥିବାବେଳେ ଏଥିପାଇଁ ଲବ ହାଁସଦାକୁ ଦାୟୀ କରିଛନ୍ତି ମୃତ ସୋଲମୀଙ୍କ ଭାଇ । ଲବଙ୍କ ପ୍ରେମିକା ଜଣେ ବାଇକ ରାଇଡର । ତାଙ୍କ ଘର ବିହାରରେ ଥିବାବେଳେ ବେଙ୍ଗାଲୁରୁରେ ଚାକିରି କରୁଥିଲେ । ଉଭୟଙ୍କ ଭିତରେ ଅନେକ ଦିନର ସମ୍ପର୍କ ଥିଲା । ଲବ ହାଁସଦାର ଅନେକ ମହିଳାଙ୍କ ସହ ସମ୍ପର୍କ ଥିବା କଥା ଜାଣିବାକୁ ପାଇଥିଲା ସୋଲମୀ ।
ଏନେଇ ଲବକୁ ପଚାରିବାରୁ ବାରମ୍ବାର ନିର୍ଯାତନା ଦେଇଆସୁଥିଲା ଲବ । ଶେଷରେ ଆତ୍ମହତ୍ୟା କରିବାକୁ ନିଷ୍ପତ୍ତି ନେଇଥିଲେ ସୋଲମୀ । ଆତ୍ମହତ୍ୟାର କିଛି ସମୟ ପୂର୍ବରୁ ମଧ୍ୟ ସୋଲମୀ ଲବକୁ ଯୋଗାଯୋଗ କରିଥିଲେ ବୋଲି ସୋଲମୀଙ୍କ ଭାଈ କହିଛନ୍ତି ।