"କୋଶଳୀକୁ ରାଜ୍ୟ ଭାଷା ମାନ୍ୟତା ମିଳିବନି' କୌଣସି ପ୍ରସ୍ତାବ ସରକାରଙ୍କ ହସ୍ତଗତ ହୋଇନି

 ଭୁବନେଶ୍ୱର :  ବହୁଦିନ ହେବ କୋଶଳ ଭାଷାକୁ ରାଜ୍ୟ ଭାଷା ମାନ୍ୟତା ଦେବାକୁ ଦାବୀ ହୋଇ ଆସୁଥିଲା । କିନ୍ତୁ ସରକାର କୌଣସି ପଦକ୍ଷେପ ନେଉନଥିବା ଅଭିଯୋଗ ହେଉଥିଲା । କୋଶଳୀକୁ ରାଜ୍ୟ ଭାଷା ମାନ୍ୟତା ମିଳିବନି ।ଏନେଇ କୌଣସି ପ୍ରସ୍ତାବ ସରକାରଙ୍କ ହସ୍ତଗତ ହୋଇନଥିବା ବିଧାନସଭାରେ ଓଡ଼ିଆ ଭାଷା, ସାହିତ୍ୟ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଗୃହରେ ଏନେଇ ସ୍ପଷ୍ଟ କରିଛନ୍ତି । ବିଧାନସଭାରେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ଉତ୍ତର ରଖି ମନ୍ତ୍ରୀ ଏହା କହିଛନ୍ତି ।
ସମ୍ବଲପୁରୀ-କୋଶଳୀ ଭାଷାକୁ ରାଜ୍ୟ ଭାଷାର ମାନ୍ୟତା ଦାବି ସଂକ୍ରାନ୍ତୀୟ କୌଣସି ପ୍ରସ୍ତାବ ସରକାରଙ୍କ ହସ୍ତଗତ ହୋଇନାହିଁ ବୋଲି ସେ କହିଛନ୍ତି ।  କୋଶଳୀକୁ ରାଜ୍ୟ ଭାଷା ମାନ୍ୟତା ପ୍ରସଙ୍ଗରେ ମନ୍ତ୍ରୀଙ୍କ ଉତ୍ତର ପରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ମନ୍ତ୍ରୀ କିଛି ଜାଣି ନଥିବା ମିଶ୍ର କହିଛନ୍ତି । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ୍ ପଟ୍ଟନାୟକ ସମ୍ବଲପୁରୀ-କୋଶଳୀ ଭାଷା ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବାକୁ ପ୍ରସ୍ତାବ ଦେଇଥିଲେ । ଉକôଳ, କଳିଙ୍ଗ ଓ କୋଶଳକୁ ନେଇ ଓଡିଶା ଗଠନ ହୋଇଛି ବୋଲି ମିଶ୍ର ମତ ରଖିଥିଲେ ।