ବିଧାୟିକା ଲତିକା ପ୍ରଧାନ ଦେଲେ ବିସ୍ଫୋରକ ବୟାନ

ବିଧାୟିକା  ଲତିକା ପ୍ରଧାନ ଦେଲେ ବିସ୍ଫୋରକ ବୟାନ

ଭୁବନେଶ୍ୱର: କବିସୂର୍ଯ୍ୟନଗରର ପୂର୍ବତନ ବିଧାୟିକା ଲତିକା ପ୍ରଧାନ ଏକ ବିସ୍ଫୋରକ ବୟାନ ଦେଇଛନ୍ତି । ସେ ସାଂସଦ ପ୍ରାର୍ଥୀ ରଞ୍ଜିତା ସାହୁଙ୍କ ନାମରେ ସଂଗୀନ ଅଭିଯୋଗ ଆଣିଛନ୍ତି ।
ଲତିକା ପ୍ରଧାନ କହିଛନ୍ତି ଯେ ରଞ୍ଜିତା ବିଭୀଷଣ ସାଜି ଦଳୀୟ ପ୍ରାର୍ଥୀଙ୍କୁ ହରାଇଛନ୍ତି । ରଞ୍ଜିତା ବିଜେପି ସହ ହାତ ମିଶାଇ ଦଳ ବିରୋଧୀ କାର୍ଯ୍ୟକରୁଛନ୍ତି ବୋଲି ଲତିକା ପ୍ରଧାନ କହିଛନ୍ତି । ଏପରିକି ମୋତେ ହରାଇବା ପାଇଁ ରଞ୍ଜିତା ପ୍ଲାନ କରିଥିଲେ ବୋଲି ଲତିକା କହିଛନ୍ତି । ଏଭଳି ଜଣେ ପ୍ରାର୍ଥୀଙ୍କ ପାଇଁ ଆମ ହାତରୁ ଆସିକା ସିଟ ଚାଲିଗଲା । ବିଭୀଷଣ ସାଜି ଦଳବିରୋଧୀ କାମ କରିଥିବା ନେଇ ପ୍ରମାଣ ବି ଅଛି ବୋଲି ଲତିକା କହିଛନ୍ତି । ଏପରିକି ସମସ୍ତ ପ୍ରମାଣ ସହ ଏନେଇ ମୁଁ ଦଳର ସଭାପତିଙ୍କୁ ଜଣାଇଛି ବୋଲି ଲତିକା କହିଛନ୍ତି ।