ନୟାଗଡ଼ ଜିଲ୍ଲାର ମାଟି ତଳେ ଲିଥିୟମ

ଓଡ଼ିଶାରେ ଅଛି ଲିଥିୟମ ଭଳି କ୍ରିଟିକାଲ ମିନେରାଲ। ନୟାଗଡ଼ ଜିଲ୍ଲାର ମାଟି ତଳେ ଲିଥିୟମ ଥିବା ନେଇ ଜିଓଲୋଜିକାଲ ସର୍ଭେ ଅଫ ଇଣ୍ଡିଆକୁ ସଙ୍କେତ ମିଳିଛି। ମାଟି ତଳେ ଥିବା ପ୍ରାକୃତିକ ସମ୍ପଦ ଖୋଜିବା ପାଇଁ ବ୍ୟବହାର ହେଉଛି ନୂଆ ଟେକ୍ନୋଲୋଜି। ଏଆଇ କହିବ କେଉଁଠି ଅଛି କେଉଁ ଖଣି । ଡ୍ରୋନ୍ ମାଧ୍ୟମରେ ହେବ ଖଣିଜ ପଦାର୍ଥ ଖୋଜା। ସୁନ୍ଦରଗଡ଼ ଜିଲ୍ଲାରେ ଆରମ୍ଭ ହୋଇଛି ପାଇଲଟ୍ ପ୍ରକଳ୍ପ । କନ୍ଧମାଳ, ମାଲକାନଗିରି ଭଳି ଜିଲ୍ଲାରେ ଦୀର୍ଘ ବର୍ଷ ଧରି ବନ୍ଦ ଥିବା ଖଣିଜ ସର୍ଭେ ଜୋର୍ ଧରିବ।  ଆସନ୍ତାକାଲି କୋଣାର୍କରେ ହେବାକୁ ଥିବା ଦୁଇ ଦିନିଆ ଖଣି ମନ୍ତ୍ରୀ ସମ୍ମିଳନୀ ପୂର୍ବରୁ ଭୁବନେଶ୍ୱରରେ ଆରମ୍ଭ ହୋଇଛି ଜିଏସଆଇର ବୋର୍ଡ ବୈଠକ। ସବୁ ରାଜ୍ୟର ଖଣି, ଜିଏସଆଇ ଅଧିକାରୀ ମାନେ ଉପସ୍ଥିତ ଅଛନ୍ତି। ପ୍ରାୟ ୫୦ ଭାଗ ଖଣିଜ ଯୋଗାଇ ଦେଶର ଖଣି ରାଜଧାନୀ ଭାବେ ପରିଚିତ ଓଡ଼ିଶାରେ ଏହି ବୈଠକ ଅନେକ ଗୁରୁତ୍ବ ବହନ କରୁଛି ବୋଲି କହିଛନ୍ତି କେନ୍ଦ୍ର ଖଣି ସଚିବ ଏଲ୍ କାନ୍ତା ରାଓ ।