କୌଣସି ପରିସ୍ଥିତିରେ ବନ୍ଦ ହେବନି ମଧ୍ୟାହ୍ନ ଭୋଜନ
ାା ପ୍ରଭାନୁ୍ୟଜ୍ ।ା ଭୁବନେଶ୍ୱର : ରାଜ୍ୟର ସମସ୍ତ ଜିଲ୍ଲାରେ ନିରାପଦ ମଧ୍ୟାହ୍ନ ଭୋଜନ ପରିଚାଳନା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ବିଭାଗୀୟ କମିଶନର ତଥା ଶାସନ ସଚିବ ଶାଲିନୀ ପଣ୍ଡିତଙ୍କ ଅଧ୍ୟକ୍ଷତାରେ ବରିଷ୍ଠ ଅଧିକାରୀ ତଥା ରାଜ୍ୟ ସଂଯୋଜକ ଅଧିକାରୀ ରଘୁରାମ ଆର୍ ଆୟାରଙ୍କ ସମେତ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନେଇ ଆଭାସୀ ମାଧ୍ୟମରେ ଏକ ଜରୁରୀକାଳିନ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ବିଭାଗୀୟ କମିଶନର ତଥା ଶାସନସଚିବ ଜିଲ୍ଲାମାନଙ୍କୁ ଏମ୍-ପୋଷଣ ଅନ୍ତର୍ଗତ ଆର୍ଥିକ ଅନୁଦାନ ଯୋଗାଇ ଦିଆଯାଉଥିବା ନେଇ ସୂଚନା ଦେଇଛନ୍ତି । ପୋଷଣୀୟ ଚାଉଳ ଓ ଉନ୍ନତମାନର ଖାଦ୍ୟ ସାମଗ୍ରୀ ବ୍ୟବହାର କରିବା ସହ ନିରନ୍ତର ଭାବରେ ଛାତ୍ରଛାତ୍ରୀମାନଙ୍କୁ ମଧ୍ୟାହ୍ନ ଭୋଜନ ଯୋଗାଇଦେବା ପାଇଁ ଜିଲ୍ଲା ଅଧିକାରୀମାନଙ୍କୁ ନିଦେ୍ର୍ଦଶ ଦେଇଛନ୍ତି କମିଶନର । ଏଥିସହିତ କୌଣସି ପରିସ୍ଥିତିରେ ମଧ୍ୟାହ୍ନ ଭୋଜନ ବନ୍ଦ ନକରିବାକୁ ଜିଲ୍ଲା ଅଧିକାରୀମାନଙ୍କୁ ନିଦେ୍ର୍ଦଶ ଦେଇଛନ୍ତି ଶ୍ରୀମତୀ ପଣ୍ଡିତ । ମଧ୍ୟାହ୍ନ ଭୋଜନ ସ୍ୱଚ୍ଛ, ସୁରକ୍ଷିତ ହେବା ସହ ବିନା କୌଣସି ସମସ୍ୟାରେ ପ୍ରତିଦିନ ଛାତ୍ରଛାତ୍ରୀମାନଙ୍କୁ ମିଳିବ ସେ ନେଇ ସମସ୍ତଙ୍କୁ ସମ୍ବେଦନଶୀଳ ହେବାକୁ ପଡ଼ିବ ବୋଲି ସେ ମତପ୍ରକାଶ କରିଛନ୍ତି । “ଅନ୍ୟପକ୍ଷେ ରାଜ୍ୟ ସଂଯୋଜକ ଅଧିକାରୀ ରଘୁରାମ ଆର୍ ଆୟାର ମଧ୍ୟ ଶିକ୍ଷା ଅଧିକାରୀମାନଙ୍କ ସହ ମଧ୍ୟାହ୍ନ ଭୋଜନ ପରିଚାଳନା କିପରି ସରଳ ଓ ନିରାଦ ହୋଇପାରିବ ସେ ନେଇ ଆଲୋଚନା କରିଥିଲେ । ସୂଚନାଯୋଗ୍ୟ, ପିଏମ୍-ପୋଷଣ ଅନ୍ତର୍ଗତ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନ ଯୋଗାଇ ଦିଆଯାଉଛି ।