ମାଷ୍ଟରକ୍ୟାଣ୍ଟିନ୍ ନାଁ ବଦଳିବ!

ଭୁବନେଶ୍ୱର : ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ନାଁ ବଦଳିବ । ଏନେଇ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଓଡ଼ିଶାରେ ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦିଆଯିବ, ମନ୍ତ୍ରୀ କହିଛନ୍ତି । ମାଷ୍ଟରକ୍ୟାଣ୍ଟିନ୍ ସହିତ ଇଂରେଜ ଅମଳରୁ ଥିବା କିଛି ପ୍ରମୁଖ ସ୍ଥାନର ମଧ୍ୟ ନାମ ପରିବର୍ତ୍ତନ କରାଯିବ।
ଏନେଇ ଉପରସ୍ତରରେ ବିଚାର ବିମର୍ଶ ଚାଲିଥିବା ମନ୍ତ୍ରୀ କହିଛନ୍ତି । ତେବେ ନାଁ ପରିବର୍ତ୍ତନ ହେଲେ ଓଡ଼ିଶାର ବରପୁତ୍ରଙ୍କ ନାଁରେ ନାମିତ କରାଯାଇପାରେ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେବେ ବୋଲି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କହିଛନ୍ତି ।