ସ୍ବାମୀଙ୍କ ସହ ଜେଲ୍ ଗଲେ ସହଦେବ ହତ୍ୟାଘଟଣାର ମାଷ୍ଟରମାଇଣ୍ଡ୍ ଲିପିକା
ଭୁବନେଶ୍ୱର: ବ୍ରାଉନଗୁଗାର ବିକ୍ରି ଏବଂ ରସୁଲଗଡ଼ ବ୍ରିଜ୍ ଉପରେ ସହଦେବ ନାୟକଙ୍କୁ ହତ୍ୟା କରିବା ଘଟଣାର ମାଷ୍ଟରମାଇଣ୍ଡ୍ ଲିପିକା ନାୟକଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ବାନ୍ଧିଛି। ସ୍ବାମୀ ଲକ୍ଷ୍ମୀଧର ନାୟକଙ୍କ ସହ ମିଶି ସେ ଏହି ଅପରାଧ ଘଟାଇଥିଲେ। ବର୍ତ୍ତମାନ ସୁଦ୍ଧା ଏହି ହତ୍ୟା ଘଟଣାରେ ୫ ଜଣଙ୍କୁ ପୋଲିସ ବାନ୍ଧି ସାରିଛି। ଜଣେ ଫେରାର ଅଛନ୍ତି।
ସୂଚନାଯୋଗ୍ୟ, ରାଜଧାନୀ ଭୁବନେଶ୍ବରର ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ ରୋଡ୍ରେ ବୁଧବାର ସକାଳୁ କେଦାରପଲ୍ଲୀ ଅଞ୍ଚଳର ସହଦେବ ନାୟକ ନାମକ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତ ହାଣିଦେଇଥିଲେ। ଦୁର୍ବୃତ୍ତ ଯୁବକଙ୍କ ମୁଣ୍ଡ କାଟି ଦେଇଥିବାବେଳେ ବେକ ଓ ଗୋଡ଼ ମଧ୍ୟ ଆଘାତ ଲାଗିଥିଲା। ତାଙ୍କ ବେକ ଓ ଗୋଡ଼ରେ ଗଭୀର ଆଘାତ ଲାଗିଥିଲା। ମୃତଦେହ ନିକଟରେ ଏକ ସ୍କୁଟି ପଡ଼ିଥିଲା। ମୃତ ସହଦେବ ସଫେଇ କର୍ମଚାରୀ ସଂଘର ସଭାପତି ଥିଲେ। ସେ ଝିଅକୁ ସ୍କୁଲରେ ଛାଡି ସ୍କୁଟିରେ ଯାଉଥିବାବେଳେ କିଛି ଦୁର୍ବୃତ୍ତ ଖଣ୍ଡାରେ ହାଣି ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିଲେ। ସହଦେବ ପୋଲିସ ମିତ୍ର ଭାବେ ମଧ୍ୟ କାମ କରୁଥିଲେ। ସଫେଇ କର୍ମଚାରୀ ସଂଘ ସଭାପତି ସହଦେବ ନାୟକଙ୍କ ହତ୍ୟାକାଣ୍ଡକୁ ନେଇ ତାଙ୍କ ସ୍ତ୍ରୀ ସାଂଘାତିକ ଅଭିଯୋଗ କରିଥିଲେ । ବ୍ରାଉନସୁଗାର କାରବାରକୁ ବିରୋଧ କରୁଥିବାରୁ ସ୍ବାମୀଙ୍କ ମୁଣ୍ଡ କାଟି ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ ମୃତ ସହଦେବଙ୍କ ସ୍ତ୍ରୀ। ନିଜ ସାହିର ରମା ନାୟକ, ସତ୍ୟ, ଦିଲୁ ନାୟକ, ସୁସେଇ ନାୟକ ଓ ଅନ୍ୟ ଚାରି ପାଞ୍ଚ ଜଣ ମିଶିକି ହତ୍ୟା କରିଥିବା ସଂଘାତିକ ଅଭିଯୋଗ କରିଥିଲେ। ସ୍କୁଲରେ ଝିଅକୁ ଛାଡି ଫେରିବା ବାଟରେ ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା ।