ବିପର୍ଯ୍ୟୟ ପରିଚାଳନା ପାଇଁ ବୈଠକ   

 ବଲାଙ୍ଗିର:  ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ନିମନ୍ତେ ଅତିରିକ୍ତ ଜିଲ୍ଲାପାଳ ଡ. ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଟେବୁଲ ଟପ ଏକ୍ସରସାଇଜ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହିଥିଲେ । ଏହି ଟେବୁଲ ଟପ୍ ଏକ୍ସରସାଇଜର ମୂଳ ଉଦେ୍ଦଶ୍ୟ ରହିଥିଲା ବିଭିନ୍ନ ସମୟରେ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବାବେଳେ ବନ୍ୟା, ବାତ୍ୟା, ସାପକାମୁଡା, ବଜ୍ରପାତ ସମୟରେ ଜନସାଧରଣଙ୍କ ଧନ ଜୀବନକୁ ହ୍ରାସ କରିବା । ବଲାଙ୍ଗିର ଜିଲ୍ଲାରେ ସଫଳ ଭାବେ ବିପର୍ଯ୍ୟୟ ପରିଚାଳନା ନିମନ୍ତେ ଜିଲ୍ଲାସ୍ତରୀୟ, ବ୍ଲକସ୍ତରୀୟ ଓ ସମସ୍ତ ପୌରାଞ୍ଚଳର ଅଧିକାରୀମାନଙ୍କର କାର୍ଯ୍ୟଦକ୍ଷତା ଏବଂ କୁଶଳତାକୁ ସଠିକ ଭାବେ ବିକାଶ କରି ଉପଯୋଗ କରାଯିବା ପାଇଁ ଆଲୋଚନା ହୋଇଥିଲା । ଜିଲ୍ଳାର ସମସ୍ତ ବିଭାଗୀୟ ଅଧିକାରୀ ସମ୍ଭାବ୍ୟ ବିପର୍ଯ୍ୟୟକୁ ସମ୍ମୁଖୀନ ହେବା ପୂର୍ବରୁ ଏହାର ମୁକାବିଲା କରିବା ପୂର୍ବରୁ ଏହାର ମୁକାବିଲା ପାଇଁ ବ୍ୟାପକ ସଜାଗ ରହିବା ପାଇଁ ପରାମର୍ଶ ଦିଆଯାଇଛି । ବିପର୍ଯ୍ୟୟ ସମୟରେ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ ଗୋଟିଏ ଟିମ୍ ହୋଇ କାର୍ଯ୍ୟ କରିବା ସହିତ ପ୍ରଭାବିତ ଜନସାଧରଣଙ୍କୁ ଖାଦ୍ୟ, ଔଷଧ, ପାନୀୟ ଜଳ, ଚୁଡ଼ା, ଗୁଡ଼ ମହଜୁଦ ରଖିବା ଓ ସଠିକ ଭାବରେ ପରିଚାଳନା କରିବାକୁ ନିଦେ୍ର୍ଦଶ ଦିଆଯାଇଛି । ଏହା ସହ ବିପର୍ଯ୍ୟୟ ସମୟରେ ସବୁ ବିଭାଗର ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ଅନୁରୋଧ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ସଂସ୍ଥାର ବିଶେଷଜ୍ଞ ଯୋଗ ଦେଇଥିଲେ ।