ଯୌନ ଉତ୍ପୀଡନ ନିବାରଣ ଓ ପ୍ରତିକାର ବୈଠକ 

 କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଯୌନ ଉତ୍ପୀଡନ ( ନିବାରଣ, ନିଷେଦ୍ଧ ଓ ପ୍ରତିକାର) ଆଇନ ୨୦୧୩ କାର୍ଯକାରୀ ନେଇ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ କାର୍ଯ୍ୟକ୍ଷେତ୍ରରେ ଯୌନ ନିର୍ଯାତନା ପ୍ରକାର ଭେଦ, ଏହାର ପ୍ରଭାବ, ଅଭିଯୋଗ କରିବାର ପ୍ରକ୍ରିୟା, ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠନ, ଦଣ୍ଡବିଧାନ ବ୍ୟବସ୍ଥା ଇତ୍ୟାଦି ଉପରେ ଆଲୋଚନା ହୋଇଥିଲା । ପ୍ରତ୍ୟେକ କାର୍ଯ୍ୟାଳୟରେ ତୁରନ୍ତ କମିଟି ଗଠନ କରିବାକୁ ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିଦେ୍ର୍ଦଶ ଦିଆଯାଇଛି । ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ନବକ୍ରିଷ୍ଣ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ରବୀନ୍ଦ୍ର ମଲ୍ଲିକ, ଉପଜିଲ୍ଲାପାଳ ଅରୁଣ ନାୟକ, ଭାରପ୍ରାପ୍ତ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଭାରତୀ ବେହେରା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ବିଜୟ କେତନ ସାହୁଙ୍କ ସମେତ ବିଭିନ୍ନ ମହାବିଦ୍ୟାଳୟର ଅଧ୍ୟକ୍ଷ /ଅଧ୍ୟକ୍ଷା ଏବଂ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।