ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ୨୩ରେ ବନ୍ଦ ରହିବ

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ୨୩ରେ ବନ୍ଦ ରହିବ

 ଆସନ୍ତା ଡିସେମ୍ବର ୨୩ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ସରକାରୀ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଥିବାରୁ ଡିସେମ୍ବର୨୩ରେ ଭୁବନେଶ୍ୱର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏ ସମ୍ପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି।