୬ରେ ହେବନି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୬ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ ୬ ତାରିଖରେ ଭୁବନେଶ୍ୱର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।