ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଜାନୁଆରୀ ୨୦ରେ ବନ୍ଦ ରହିବ
ଭୁବନେଶ୍ୱର : ଆଗାମୀ ଜାନୁଆରୀ ୨୦ ତାରିଖ(ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ୟୁନିଟ-୫,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ ଏବଂ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ରାଜ୍ୟସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।