ବିକଶିତ ଗାଁ ବିକଶିତ ଓଡ଼ିଶାର ଶୁଭାରମ୍ଭ

ବିକଶିତ ଗାଁ ବିକଶିତ ଓଡ଼ିଶାର ଶୁଭାରମ୍ଭ

ବିକଶିତ ଗାଁ ବିକଶିତ ଓଡ଼ିଶାର ଶୁଭାରମ୍ଭ। ଖୋର୍ଦ୍ଧାରୁ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏନେଇ ପୂର୍ବରୁ ରାଜ୍ୟ ସରକାର ବିସ୍ତୃତ ମାର୍ଗଦର୍ଶିକା ଜାରି କରିସାରିଛନ୍ତି।  ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇସାରିଛି। ଫେବ୍ରୁଆରୀ ମାସ ୧୫ ତାରିଖ ସୁଦ୍ଧା ପ୍ରତି ଗାଁ ସେହି ଅନୁସାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରି ପଠାଇବାକୁ କୁହାଯାଇଛି। ୨୦୨୪-୨୫ରେ ବିକଶିତ ଗାଁ, ବିକଶି ତ ଓଡ଼ିଶା ପାଇଁ ସରକାର ବଜେଟ୍‌ରେ ୧୦୦୦ କୋଟି ଟଙ୍କାର ବ୍ୟୟବରାଦ ରଖିଛନ୍ତି। ପଞ୍ଚାୟତକୁ ଯିବେ ବରିଷ୍ଠ ଆଇଏଏସ୍‌ ଅଧିକାରୀ । ଗାଁ ରେ ରାତି କାଟିବେ ଓ ଲୋକଙ୍କୁ ଭେଟିବେ। ସରକାରୀ ଯୋଜନାର କାର୍ଯ୍ୟକାରିତା ନେଇ ବୁଝିବେ। ଆହାର ନହେଲେ ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ ମାନ ଚେକ କରିବେ। ଫେବ୍ରୁଆରୀରୁ ମାର୍ଚ୍ଚ ଭିତରେ ବାବୁମାନଙ୍କୁ ଜିଲ୍ଲା ଗସ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର। ୩୦ଟି ଜିଲ୍ଲା ପାଇଁ ୩୦ ଜଣ ଆଇଏଏସଙ୍କୁ ଦାୟିତ୍ବ ଦେଇଛନ୍ତି ଉନ୍ନୟନ କମିଶନର। ତୃଣମୂଳ ସ୍ତରରେ ସରକାରୀ ଯୋଜନାର କାର୍ୟ୍ୟକାରିତା ଉପରେ ନଜର ରଖିବାକୁ ସରକାର ନେଇଛନ୍ତି ଏଭଳି ପଦକ୍ଷେପ ନେଇଛନ୍ତି ।ବିଶେଷ କରି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଓ କଟଅଫ୍‌ ଏରିଆକୁ ପହଞ୍ଚିବାକୁ ଦିଆଯାଇଛି ନିର୍ଦ୍ଦେଶ।