ନୂଆ ସରକାରୀ ବାସଭବନରେ ମୁଖ୍ୟମନ୍ତ୍ରୀ କଲେ ଗୃହ ପ୍ରବେଶ

ଭୁବନେଶ୍ୱର: ନୂଆ ସରକାରୀ ବାସଭବନରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗୁରୁବାର ନୂଆ ବାସଭବନକୁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଏଜିରୁ ରାଜଭବନ ରାସ୍ତାରେ ଥିବା ବାସଭବନରେ ଏହି ଘରଟି ରହିଛି। ପୂଜା ଅର୍ଚ୍ଚନା ପରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଥମେ ଗୋମାତାଙ୍କ ପ୍ରବେଶ ପରେ ଗୃହ ପ୍ରବେଶ କରିଛନ୍ତି। ପୂର୍ବରୁ ଗାନ୍ଧୀ ମାର୍ଗ କ୍ବାର୍ଟରରେ ରହୁଥିଲେ ମୁଖ୍ୟମନ୍ତ୍ରୀ।