ଅନ୍ତ୍ୟୋଦୟ ଗୃହ ଯୋଜନା ଶୁଭାରମ୍ଭ

 ଛତ୍ରପୁର  : ଗଞ୍ଜାମ ଜିଲ୍ଲାର ଛତ୍ରପୁର ସ୍ଥିତ ଅନସ୍ଲୋ ଖେଳ ପଡିଆ ପରିସରରେ ଆଜି ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ହୋଇଛି  । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଏହି ଯୋଜନାର ରାଜ୍ୟସ୍ତରୀୟ ଉଦ୍ଘାଟନ କାର୍ଯ୍ୟକ୍ରମର ସିଧା ପ୍ରସାରଣ ମଧ୍ୟ କରଯାଇଛି । ଅନ୍ତ୍ୟୋଦୟ ଗୃହ ଯୋଜନାରେ ଭିନ୍ନକ୍ଷମ, ବିଧବା, ରୋଗାକ୍ରାନ୍ତ, ଶହୀଦ ପରିବାର, ଘରପୋଡ଼ି, ହାତୀ ଉପଦ୍ରବ, ବନ୍ୟା ବାତ୍ୟା କ୍ଷତିଗ୍ରସ୍ତ ଯୋଗ୍ୟ ପରିବାରଙ୍କୁ ଅଗ୍ରାଧିକାର ଭିତ୍ତରେ ଗୃହ ମଞ୍ଜୁର କରାଯିବ । ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲ୍ଲାର ୪୦୫୪ ଜଣ ହିତାଧିକାରୀ ଙ୍କୁ ଏହି ଯୋଜନାରେ ସାମିଲ କରାଯାଇ କାର୍ଯ୍ୟାଦେଶ ବଣ୍ଟନ କରାଯାଇଅଛି  । ହିତାଧିକାରୀଙ୍କୁ ଘର ନିର୍ମାଣ ପାଇଁ ୩ ପର୍ଯ୍ୟାୟରେ ମୋଟ ୧ ଲକ୍ଷ ୨୦ ହଜାର ଟଙ୍କା ପ୍ରଦାନ କରାଯିବ । ଏହି ଯୋଜନା ଦ୍ୱାରା ବିକଶିତ ହେବ ଆମ ଓଡ଼ିଶା ଏବଂ ପକ୍କାଘର ଆଶା ପୂରଣ ହେବ ବୋଲି କୁହାଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି, ବ୍ରହ୍ମପୁର ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀ , ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ୱାଇଁ, ଉପାଧ୍ୟକ୍ଷା ଏସ ରାଜେଶ୍ୱରୀ ଦୋରା, ଗଞ୍ଜାମ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ପ୍ରମୋଦ କୁମାର ପୃଷ୍ଟି, ଗଞ୍ଜାମ ଜିଲ୍ଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ମଧୁମିତା, ଛତ୍ରପୁର ବ୍ଲକ ଉପାଧ୍ୟକ୍ଷା ଏସ ଶାରଦା ରେଡ୍ଡୀ ଓ ଛତ୍ରପୁର ଏନଏସି ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ସମେତ ବହୁ ସରପଞ୍ଚ, ସମିତିସଭ୍ୟ ଏବଂ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ  ।