ଓଡ଼ିଶାର ବିକାଶରେ ଯୋଡ଼ିହେଲା ଆଉ ଏକ ଫର୍ଦ୍ଦ : ମୁଖ୍ୟମନ୍ତ୍ରୀ

ଓଡ଼ିଶାର ବିକାଶରେ ଯୋଡ଼ିହେଲା ଆଉ ଏକ ଫର୍ଦ୍ଦ : ମୁଖ୍ୟମନ୍ତ୍ରୀ
 ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହୋଇଛି। ଆୟୁଷ୍ମାନ ଭାରତ ସହ ଆୟୁଷ୍ମାନ ବୟୋ ବନ୍ଦନାର ଶୁଭାରମ୍ଭ  କଟକରେ  କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା। ପ୍ରାୟ ସାଢ଼େ ୩ କୋଟି ଲୋକଙ୍କଙ୍କୁ ମାଗଣା ଚିକିତ୍ସା ସୁବିଧା ମିଳିବ। ଦେଶର ୨୯ ହଜାରରୁ ଊଦ୍ଧର୍‌ବ ହସ୍ପିଟାଲରେ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ । ତେବେ ଆୟୁଷ୍ମାନ ଭାରତ ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି  ସମ୍ବୋଧନ କରିଛନ୍ତି।
ସେ କହିଛନ୍ତି, ଓଡ଼ିଶା ପାଇଁ ଐତିହାସିକ ଦିନ । ଓଡ଼ିଶାର ବିକାଶ ଇତିହାସରେ ଆଉ ଏକ ଫର୍ଦ୍ଦ ଯୋଡ଼ିହେଲା। ରାଜନୈତିକ ଉଦ୍ଦେଶ୍ୟ ରଖି ପୂର୍ବ ସରକାର ଏହାକୁ ଲାଗୁ କରି ନଥିଲେ। ନୂଆ ସରକାର ଆସିବା ପରେ ଆୟୁଷ୍ମାନ ଲାଗୁ କରାଗଲା। ଓଡ଼ିଶା ବାହାରେ ରହୁଥିବା ହିତାଧିକାରୀ ମଧ୍ୟ ଏଥିରେ  ଉପକୃତ ହେବେ। ୨୦୧୮ରେ ରାଞ୍ଚିରେ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ ହୋଇଥିଲା। କଟକର ଐତିହାସିକ ବାଲିଯାତ୍ରା ପଡ଼ିଆରେ  ଏହାର ଶୁଭାରମ୍ଭ କରାଯାଇଛି । କେନ୍ଦ୍ରମନ୍ତ୍ରୀ ଏହି ସୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ଏହାର  ଲୋକାର୍ପଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, କେନ୍ଦ୍ରମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ଜୁଏଲ ଓରାମ, ଦୁଇ ଉପ ମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ, ପ୍ରଭାତୀ  ପରି ଏବଂ ସୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଉପସ୍ଥିତଥିଲେ॥  ୧୨ ଜିଲାରେ ମଧ୍ୟ ଏଥିପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ରାଜ୍ୟ ସରକାରଙ୍କ ୧୨ ଜଣ ମନ୍ତ୍ରୀ ଏଥିରେ ଅତିଥି ଭାବେ ଯୋଗଦେଇ ସ୍ବାସ୍ଥ୍ୟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି।