ମୁଖ୍ୟମନ୍ତ୍ରୀ ଶୁଣୁଛନ୍ତି ଅଭିଯୋଗ
ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ସକାଳୁ ସକାଳୁ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଳିଙ୍ଗ , ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ , ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଆଦି ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଅଭିଯୋଗ ପ୍ରକୋଷ୍ଠରେ ଚାଲିଛି ଅଭିଯୋଗ ଶୁଣାଣୀ । ପଞ୍ଜିକରଣ କରିଥିବା ଏକ ହଜାର ଲୋକଙ୍କ ପାଇଁ ବ୍ୟବସ୍ଥା ହୋଇଛି । ପ୍ରଥମେ ଦିବ୍ୟାଙ୍ଗଙ୍କ ସହ ଆଲୋଚନା ପରେ ବର୍ତ୍ତମାନ ପ୍ରକୋଷ୍ଠକୁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୂଚନା ଅନୁଯାୟୀ ରାଜଧାନୀର ୟୁନିଟ-୨, ଅଶୋକ ନଗର ସ୍ଥିତ ପୂର୍ବ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆଜି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ l ଅଭିଯୋଗ ଶୁଣାଣି ସ୍ଥଳରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ଶୃଙ୍ଖଳିତ ବ୍ୟବସ୍ଥା କରାଯାଇଛି l ଅନଲାଇନ ଯୋଗେ ପଞ୍ଜୀକରଣ କରିଥିବା ୧୦୦୦ ଜଣଙ୍କ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ