ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ: ରେଳ କର୍ମଚାରୀଙ୍କ ମୃତ୍ୟୁ, ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣରେ ରବିବାର ରେଳ କର୍ମଚାରୀ ଜଟୁଆ ଓରାମଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିବା ସହ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ୍‌ ‘ଏକ୍ସ’ରେ ଲେଖିଛନ୍ତି, ମାଓବାଦୀଙ୍କ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ଭାରତୀୟ ରେଳରେ କାର୍ଯ୍ୟରତ କି-ମ୍ୟାନ୍‌ ଜଟୁଆ ଓରାମଙ୍କ ପ୍ରାଣହାନି ସମ୍ପର୍କରେ ଜାଣି ମୁଁ ବହୁତ ଦୁଃଖିତ। ତାଙ୍କ ପରିବାର ପ୍ରତି ମୁଁ ସମବେଦନା ଜଣାଉଛି। ମୃତକଙ୍କ ପରିବାରର ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯିବ।