ମୁଖ୍ୟମନ୍ତ୍ରୀ ଓହ୍ଲାଇ ପାରିଲେନି ଭୁବନେଶ୍ୱର ଏୟାରପୋର୍ଟରେ !

ମୁଖ୍ୟମନ୍ତ୍ରୀ ଓହ୍ଲାଇ ପାରିଲେନି ଭୁବନେଶ୍ୱର ଏୟାରପୋର୍ଟରେ  !

ଭୁବନେଶ୍ୱର:  ପାଗ ଖରାପ ଯୋଗୁ ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇ ପାରିଲେନି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱରରେ ନ ଓହ୍ଲାଇ କୋଲକାତା ଗଲେ ମୁଖ୍ୟମନ୍ତ୍ରୀ । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର। ନୂଆଦିଲ୍ଲୀ ଗସ୍ତରେ ଥିଲେ ମୁଖ୍ୟମନ୍ତ୍ରୀ । ଗତକାଲି ନୂଆଦିଲ୍ଲୀଠାରେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଅବସରରେ ମହାମହିମ ରାଷ୍ଟ୍ରପତିଙ୍କ ସହ ଓଡ଼ିଶାର ବିକାଶ ପରିଯୋଜନା, ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ରାଜ୍ୟ ସରକାରଙ୍କ ଦୃଷ୍ଟିକୋଣ ଇତ୍ୟାଦି ବିଷୟରେ ଆଲୋଚନା ହୋଇଛି । ସେହିପରି କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ ମୁଖ୍ୟମନ୍ତ୍ରୀ। ଏହି ଅବସରରେ ଓଡ଼ିଶା ସମ୍ବନ୍ଧୀୟ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ସହ ରାଜ୍ୟରେ ରେଳ ଭିତ୍ତିଭୂମିର ବିକାଶ, ସେମିକଣ୍ଡକ୍ଟର ଶିଳ୍ପ ଏବଂ ଆଇଟି କ୍ଷେତ୍ରର ପ୍ରସାର ଆଦି ବିଷୟରେ ଆଲୋଚନା ହୋଇଥିବା ସୂଚନା।