‘ପୂଜା ପାଇଁ ୨୬ ସୁଦ୍ଧା ଦରମା’ : ମୁଖ୍ୟମନ୍ତ୍ରୀ ଦେଲେ ନିଦେ୍ର୍ଦଶ
ଭୁବନେଶ୍ୱର: ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ରେ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଦେ୍ର୍ଦଶ ଦେଇଛନ୍ତି ।
ସୂଚନା ଅନୁଯାୟୀ, ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ମାସର ଶେଷ କାର୍ଯ୍ୟ ଦିବସରେ ଦରମା ମିଳୁଥିବା ବେଳେ, ଦୁର୍ଗାପୂଜା ପାଇଁ ଆସନ୍ତା ୨୭ରୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ରହିବ । ଦଶହରା ପରି ପାର୍ବଣ ୠତୁରେ ବିଭିନ୍ନ ସାମଗ୍ରୀ କିଣାକିଣି ହୋଇଥାଏ ଏବଂ ଏବର୍ଷ ସାରା ଦେଶରେ ଜିଏସଟି ୨.୦ ସଂସ୍କାର ପରେ ସାରା ଦେଶରେ ବଚତ୍ ଉସôବ ମଧ୍ୟ ପାଳନ କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ଚଳିତ ମାସର ଦରମା ୨୬ ସୁଦ୍ଧା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶ ଦେଇଛନ୍ତି ।