ଆରବିଆଇର ନୂଆ ଡେପୁଟି ଗଭର୍ଣ୍ଣର ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଆରବିଆଇର ନୂଆ ଡେପୁଟି ଗଭର୍ଣ୍ଣର ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭାରତୀୟ ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ଣ୍ଣର ଭାବରେ ନିଯୁକ୍ତି ପାଇଥିବାରୁ ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  ଶିରୀଶ ଚନ୍ଦ୍ର ମୁର୍ମୁ ହେଉଛନ୍ତି ଜମ୍ମୁ-କଶ୍ମୀରର ପ୍ରଥମ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ସାନ ଭାଇ । ମୁଖ୍ୟମନ୍ତ୍ରୀ କହିଛନ୍ତି,ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବରେ ନିଯୁକ୍ତି ପାଇଥିବାରୁ ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା । ଜଣେ ସୁଯୋଗ୍ୟ ଓଡ଼ିଆ ଦେଶର ସର୍ବୋଚ୍ଚ ବ୍ୟାଙ୍କରେ ଏପରି ଏକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ ହେବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ ।  ଆରବିଆଇର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବରେ ତାଙ୍କର ଦୀର୍ଘ ଦିନର ଅଭିଜ୍ଞତା ଓ କାର୍ଯ୍ୟଦକ୍ଷତା ଦେଶର ଆର୍ଥିକ ବ୍ୟବସ୍ଥା ଓ ଅର୍ଥନୀତିକୁ ଆହୁରି ସୁଦୃଢ଼ କରିବାରେ ସହାୟକ ହେବ ବୋଲି ମୋର ଦୃଢ଼ ବିଶ୍ୱାସ । ଆଗାମୀ କାର୍ଯ୍ୟକାଳ ଓ ନୂତନ ଦାୟିତ୍ୱ ପାଇଁ ଶୁଭେଚ୍ଛା ଜଣାଉଛି ଏବଂ ସଫଳତା କାମନା କରୁ ।
ମୁଖ୍ୟମନ୍ତ୍ରୀ କହିଛନ୍ତି,ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବରେ ନିଯୁକ୍ତି ପାଇଥିବାରୁ ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ।

ଜଣେ ସୁଯୋଗ୍ୟ ଓଡ଼ିଆ ଦେଶର ସର୍ବୋଚ୍ଚ ବ୍ୟାଙ୍କରେ ଏପରି ଏକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ ହେବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । ଆରବିଆଇର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବରେ ତାଙ୍କର ଦୀର୍ଘ ଦିନର ଅଭିଜ୍ଞତା ଓ କାର୍ଯ୍ୟଦକ୍ଷତା ଦେଶର ଆର୍ଥିକ ବ୍ୟବସ୍ଥା ଓ ଅର୍ଥନୀତିକୁ ଆହୁରି ସୁଦୃଢ଼ କରିବାରେ ସହାୟକ ହେବ ବୋଲି ମୋର ଦୃଢ଼ ବିଶ୍ୱାସ । ଆଗାମୀ କାର୍ଯ୍ୟକାଳ ଓ ନୂତନ ଦାୟିତ୍ୱ ପାଇଁ ଶୁଭେଚ୍ଛା ଜଣାଉଛି ଏବଂ ସଫଳତା କାମନା କରୁଛି।