ରଥଯାତ୍ରା ପାଇଁ ଦୁଇ ଦିନ ଛୁଟି ଘୋଷଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୭ ତାରିଖରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ସମସ୍ତ ପ୍ରକାରର ପ୍ରସ୍ତୁତି ଜାରି ରହିଥିବା ଥିବା ବେଳେ ଏବେଠାରୁ ଶ୍ରୀକ୍ଷେତ୍ର ଧାମ ଚଳଚଞ୍ଚଳ ହେବା ଆରମ୍ଭ ହୋଇଗଲାଣି । ତେବେ ଏହା ମଧ୍ୟରେ ରଥଯାତ୍ରାକୁ ନେଇ ଆସିଛି ଏକ ବଡ଼ ଖବର । ରଥଯାତ୍ରା ପାଇଁ ଦୁଇଦିନ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ସୂଚନା ମୁତାବକ; ପୁରୀରେ ରଥଯାତ୍ରୀ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ଚଳିତ ବର୍ଷ ଦୁଇଦିନ ଧରି ରଥଯାତ୍ରା ଚାଲିବାକୁ ଥିବାରୁ ମୁଖ୍ୟମନ୍ତ୍ରୀ ଦୁଇଦିନ ଛୁଟି ଘୋଷଣା କରିଛନ୍ତି । ଚଳିତ ବର୍ଷ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହିତ ସମାପନ କରିବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି । ମହାପ୍ରଭୁଙ୍କ ସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।