ବନ୍ୟାସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ବୁଧବାର ବାଲେଶ୍ୱର ଅଞ୍ଚଳରେ ସୃଷ୍ଟି ହୋଇଥିବା ବନ୍ୟା ସ୍ଥିତିର ଅନୁଧ୍ୟାନ କରିଛନ୍ତି । ଆକାଶ ମାର୍ଗରୁ ବନ୍ୟା ସ୍ଥିତି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କ ସହ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ମଧ୍ୟ ଉପସ୍ଥିତ ଅଛନ୍ତି ।
ଏହାପରେ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ସହ କନଫରେନସ ହଲରେ ବନ୍ୟା ସ୍ଥିତି ମୁକାବିଲା ନେଇ ଆଲୋଚନା କରିବେ। ଏହି ସମୟରେ ବାଲେଶ୍ୱର ଜିଲ୍ଲାପାଳ ଓ ଏସପିଙ୍କ ସହ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହିବେ। ସୁବର୍ଣ୍ଣରେଖାର ବନ୍ୟାଜଳରେ ବୁଡିଛି ବାଲିଆପାଳ, ଭୋଗରାଇ, ଜଳେଶ୍ବର ଓ ବସ୍ତା ବ୍ଲକ୍। ବୁଢାବଳଙ୍ଗ ଓ ଜଳକା ବି ଫୁଲୁଛି।