ଦୁର୍ନୀତିଗ୍ରସ୍ତଙ୍କୁ ଟ୍ରାନ୍ସଫର କର: ମୋହନ ଚରଣ ମାଝୀ

ଭୁବନେଶ୍ୱର: ଦୁର୍ନୀତିଗ୍ରସ୍ତ ଅଫିସରଙ୍କ ଟ୍ରାନ୍ସଫର କରିବା ପରେ ପଛଘୁଞ୍ଚା ଦିଅନ୍ତୁନି । ଆଜି ଜିଲ୍ଲାପାଳ ସମ୍ମିଳନୀରେ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ । ସେ କହିଛନ୍ତି ଯେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲ୍ଲାପାଳଙ୍କ ହାତରେ କ୍ଷମତା ରହିଛି । ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ୱ । ଜିଲ୍ଲାପାଳ ହେଉଛନ୍ତି ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ । ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲ୍ଲାପାଳଙ୍କୁ ବୁଝାଏ । ଜିଲ୍ଲାପାଳଙ୍କ ନିକଟରେ ଲୋକଙ୍କ ସମସ୍ୟା ସମାଧାନ ହୁଏ । ସରକାରଙ୍କ ବିଭିନ୍ନ ଯୋଜନା ମାଧ୍ୟମରେ ଲୋକଙ୍କ ସେବା କରିବାକୁ ଲକ୍ଷ୍ୟ ରଖାଯାଇଛି । ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲ୍ଲାପାଳଙ୍କ ହାତରେ ରହିଛି ।
ସରକାରୀ ଯୋଜନା କାର୍ଯ୍ୟକାରୀ ହେଲେ ଓଡ଼ିଶାରୁ ଗରିବୀ ହଟିବ । ଉନ୍ନତିମୂଳକ କାର୍ଯ୍ୟରେ ବିଳମ୍ବ ହେଲେ ଦୁର୍ନୀତି ହୁଏ । ସେଥିପ୍ରତି ନିଜର ରଖିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି । ସେହିପରି ତ୍ରୋୟମାସିକ ସମୀକ୍ଷା କରି ଉନ୍ନତିମୂଳକ କାର୍ଯ୍ୟର ତଦାରଖ କରିବାକୁ ପରାମର୍ଶ ଦେଇଛନ୍ତି । ଦୁର୍ନୀତିକୁ ସାଲିସ କରାଯିବ ନାହିଁ । ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଧଶ ଦେଇଛନ୍ତି ।