ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡ ଯିବେ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଝାଡ଼ଖଣ୍ଡ ଯିବେ । ସେପ୍ଟେମ୍ବର ୩୦ ଓ ଅକ୍ଟୋବର ୧ରେ ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ସେପ୍ଟେମ୍ବର ୩୦ରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ । ସେହିପରି ଅକ୍ଟୋବର ୧ରେ ଚାଇଁବାସାର କୋଲହାନ ଯିବେ । ସେଠାରେ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ । ଆଗକୁ ଝାଡ଼ଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଝାଡ଼ଖଣ୍ଡ ଗସ୍ତକୁ ନେଇ ଚର୍ଚ୍ଚା ଜୋର ଧରିଛି । ଉଭୟ ସ୍ଥାନରେ ସଂଖ୍ୟାଧିକ ଓଡ଼ିଆ ଭାଷାଭାଷୀ ବସବାସ କରନ୍ତି ।