୨୮ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ବର : ୨୮ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ବାତ୍ୟା ଦାନା ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ୟ୍ୟକୁ ଦୃଷ୍ଟିରେ ରଖି ଅକ୍ଟୋବର ୨୮ରେ ଭୁବନେଶ୍ବର ୟୁନିଟ୍ -୫ ସ୍ଥିତ ମୁଖ୍ୟମନ୍ତ୍ରୀ ଙ୍କ ଅଭିଯୋଗ ପ୍ରକୋଷ୍ଟ ବନ୍ଦ ରହିବ । ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀ ଙ୍କୁ ଭେଟିବାକୁ ଅନଲାଇନରେ ପଞ୍ଜୀକରଣ କରିଥିଲେ ସେମାନେ ମୁଖ୍ୟମନ୍ତ୍ରୀଙ୍କ ପରବର୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ । ସେମାନଙ୍କ ପାଇଁ ପରବର୍ତୀ ଅଭିଯୋଗ ଶୁଣାଣିର ତାରିଖ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।