ବିଜେଡି ସରକାରରେ ୨୪ ବର୍ଷ ଧରି ଦୁର୍ନୀତି ଚାଲିଥିଲା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଜେଡି ସରକାରରେ ଦୀର୍ଘ ୨୪ ବର୍ଷ ଧରି ଦୁର୍ନୀତି ଚାଲିଥିଲା । ପୂର୍ବରୁ ବିଭିନ୍ନ ପ୍ରକାର ଦୁର୍ନୀତି କରି ଅଧିକାରୀମାନେ ଅଚିନ୍ତାରେ ଥିଲେ । ଆଉ ଦୁର୍ନୀତିଖୋରଙ୍କୁ ଘଣ୍ଟ ଘୋଡ଼ାଯିବନାହିଁ । ସମସ୍ତଙ୍କ ତଦନ୍ତ କରାଯିବ । ୫-ଟି ନାମରେ ଅଧିକାରୀମାନେ ବ୍ୟାପକ ଟଙ୍କା ହେରଫେର କରିଛନ୍ତି । ସମସ୍ତେ ତଦନ୍ତ ପରିସରଭୁକ୍ତ ହେବେ ବୋଲି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ କହିଛନ୍ତି । ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି ।
ଏହାଛଡ଼ା ସେ କହିଛନ୍ତି ଯେ ଶୂନ୍ୟ ସହନଶୀଳତା ନୀତି ଉପରେ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ । ରାଜ୍ୟରେ ବିଜେପି ସରକାର ଆସିବାରେ ମାତ୍ର ୧୪୦ ଦିନ ହୋଇଛି । ହିତାଧିକାରୀ ଡିବିଟିରେ ଟଙ୍କା ପାଇବାରୁ ଆଉ ଦୁର୍ନୀତି ହୋଇପାରୁନାହିଁ । ୬ ମୁଖ୍ୟଯନ୍ତ୍ରୀଙ୍କୁ ଦୁର୍ନୀତି ପାଇଁ ଗିରଫ କରାଯାଇଛି । ୬ ମୁଖ୍ୟଯନ୍ତ୍ରୀଙ୍କ ଠାରୁ ୨୩୩ଟି ପ୍ଲଟ, ୩୨ଟି କୋଠା, ପ୍ରାୟ ୬ କେଜି ସୁନା, ୧୦କୋଟି ବ୍ୟାଙ୍କ ଡିପୋଜିଟ ଓ ନଗଦ ୨୧ ଲକ୍ଷ ଟଙ୍କା ଜବତ କରାଯାଇଛି । ଅନେକ ବଡ଼ ବଡ଼ ଅଧିକାରୀ ଗିରଫ ହୋଇ ଜେଲରେ ଅଛନ୍ତି । ଏବେ କେବଳ ଟ୍ରେଲର ଚାଲିଛି, ଆଗକୁ ବହୁତ କିଛି ବାକି ଅଛି । ଦୁର୍ନୀତି କରୁଥିବା ଅଧିକାରୀଙ୍କ ମନରେ ସବୁବେଳେ ଭୟ ରହିବ । ଏ ସରକାର କେତେବେଳେ ବି ବାନ୍ଧିପାରେ, ସବୁବେଳେ ମନେପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।