ଏବେ କେବଳ ଟ୍ରେଲର ଚାଲିଛି, ଆଗକୁ ବହୁତ କିଛି ବାକି ଅଛି: ମୋହନ ମାଝୀ
ଭୁବନେଶ୍ୱର: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ପାଇଁ ରାଜ୍ୟ ବିଜେପି ସରକାର କାଳ ସାଜିଛନ୍ତି । ବିଜେପି ସରକାରକୁ ଆସୁ ଆସୁ ଦୁର୍ନୀତିଗ୍ରସ୍ତଙ୍କୁ ଜେଲ ପଠାଇପାରେ ଲାଗିଛି । ତେବେ ଏବେ କେବଳ ଟ୍ରେଲର ଚାଲିଛି, ଆଗକୁ ବହୁତ କିଛି ବାକି ଅଛି ବୋଲି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ କହିଛନ୍ତି । ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି । ସେ କହିଛନ୍ତି ଯେ ଶୂନ୍ୟ ସହନଶୀଳତା ନୀତି ଉପରେ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ । ରାଜ୍ୟରେ ବିଜେପି ସରକାର ଆସିବାରେ ମାତ୍ର ୧୪୦ ଦିନ ହୋଇଛି । ହିତାଧିକାରୀ ଡିବିଟିରେ ଟଙ୍କା ପାଇବାରୁ ଆଉ ଦୁର୍ନୀତି ହୋଇପାରୁନାହିଁ । ୬ ମୁଖ୍ୟଯନ୍ତ୍ରୀଙ୍କୁ ଦୁର୍ନୀତି ପାଇଁ ଗିରଫ କରାଯାଇଛି । ୬ ମୁଖ୍ୟଯନ୍ତ୍ରୀଙ୍କ ଠାରୁ ୨୩୩ଟି ପ୍ଲଟ, ୩୨ଟି କୋଠା, ପ୍ରାୟ ୬ କେଜି ସୁନା, ୧୦କୋଟି ବ୍ୟାଙ୍କ ଡିପୋଜିଟ ଓ ନଗଦ ୨୧ ଲକ୍ଷ ଟଙ୍କା ଜବତ କରାଯାଇଛି । ଅନେକ ବଡ଼ ବଡ଼ ଅଧିକାରୀ ଗିରଫ ହୋଇ ଜେଲରେ ଅଛନ୍ତି । ଏବେ କେବଳ ଟ୍ରେଲର ଚାଲିଛି, ଆଗକୁ ବହୁତ କିଛି ବାକି ଅଛି । ଦୁର୍ନୀତି କରୁଥିବା ଅଧିକାରୀଙ୍କ ମନରେ ସବୁବେଳେ ଭୟ ରହିବ । ଏ ସରକାର କେତେବେଳେ ବି ବାନ୍ଧିପାରେ, ସବୁବେଳେ ମନେପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।