‍ବିଭାଗ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, କାହାକୁ କେଉଁ ଦାୟିତ୍ୱ ମିଳିଲା ଜାଣନ୍ତୁ

‍ବିଭାଗ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, କାହାକୁ କେଉଁ ଦାୟିତ୍ୱ ମିଳିଲା ଜାଣନ୍ତୁ

ଭୁବନେଶ୍ୱର: ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ରାଜ୍ୟରେ ପ୍ରଥମ ବିଜେପି ସରକାର ଗଠନ ହେବାର ୪ ଦିନ ପରେ  ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ‍ବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିଜ ପାଖରେ ଗୃହ, ଅର୍ଥ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ସୂଚନା ଓ ଲୋକସମ୍ପର୍କ, ଜଳସମ୍ପଦ, ଯୋଜନା ଓ ସଂଯୋଜନ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗ ରଖିଛନ୍ତି । 
ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କୁ କୃଷି ଓ କୃଷକ ସଶକ୍ତିକରଣ ସହ ଶକ୍ତି ବିଭାଗ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ମହିଳା ଓ ଶିଶୁବିକାଶ, ମିଶନଶକ୍ତି ଓ ପର୍ୟ୍ୟଟନ ବିଭାଗ ଦାୟିତ୍ୱ ମିଳିଛି ।

୮ କ୍ୟାବିନେଟ୍ ଓ ୫ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ)ଙ୍କୁ କେଉଁ ବିଭାଗ ମିଳିଛି, ନିମ୍ନରେ ପଢ଼ି ନିଅନ୍ତୁ।

କ୍ୟାବିନେଟ୍ ମନ୍ତ୍ରୀ

ସୁରେଶ ପୂଜାରୀ- ରାଜସ୍ୱ ଓ ବିପର୍ୟ୍ୟୟ
ରବିନାରାୟଣ ନାଏକ - ଗ୍ରାମ୍ୟ ଉନ୍ନୟନ, ପଂଚାୟତିରାଜ ଓ ପାନୀୟ ଜଳ
ନିତ୍ୟାନନ୍ଦ ଗଣ୍ଡ- ସ୍କୁଲ ଓ ଗଣଶିକ୍ଷା, ଅନୁସୂଚିତ ଜାତି-ଜନଜାତି-ସଂଖ୍ୟାଲଘୁ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ
କୃଷ୍ଣଚନ୍ଦ୍ର ପାତ୍ର- ଖାଦ୍ୟ ଯୋଗାଣ ଓ ଖାଉଟି ବ୍ୟାପାର, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା
ପୃଥ୍ୱୀରାଜ ହରିଚନ୍ଦନ- ଆଇନ, ପୂର୍ତ୍ତ ଓ ଅବକାରୀ
ମୁକେଶ ମହାଲିଙ୍ଗ- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଆଣ୍ଡ ଆଇଟି
ବିଭୂତି ଭୂଷଣ ଜେନା- ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି
କୃଷ୍ଣଚନ୍ଦ୍ର ମହାପାତ୍ର- ଗୃହନିର୍ମାଣ ଓ ନଗର ଉନ୍ନୟନ, ସାଧାରଣ ଉଦ୍ୟୋଗ
ରାଷ୍ଟ୍ରମନ୍ତ୍ରୀ(ସ୍ୱାଧୀନ)

ଗଣେଶରାମ ସିଂ ଖୁଣ୍ଟିଆ- ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ , ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା
ସୂର୍ୟ୍ୟବଂଶୀ ସୂରଜ- ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି
ପ୍ରଦୀପ ବଳ ସାମନ୍ତ- ସମବାୟ, ହସ୍ତତନ୍ତ-ବୟନଶିଳ୍ପ ଓ ହସ୍ତଶିଳ୍ପ
ଗୋଲକଚନ୍ଦ୍ର ମଲ୍ଲିକ- ମତ୍ସ୍ୟ ଓ ପଶୁସମ୍ପଦ ବିକାଶ, ଏମଏସଏମଇ
ସମ୍ପଦ ଚନ୍ଦ୍ର ସ୍ୱାଇଁ - ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା