ଛୁଆ ଆଗରେ ମା’କୁ ନିର୍ମମ ହତ୍ୟା

ଛୁଆ ଆଗରେ ମା’କୁ ନିର୍ମମ ହତ୍ୟା

କଟକ : ଯୌତୁକ ପାଇଁ ବୋହୂକୁ ହତ୍ୟା କଲେ ଶାଶୁ ଘର​‌ ଲୋକେ। ଏଭଳି ଘଟଣା ସାମ୍ନାକୁ ଆସିଛି କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ଜରିପଡ଼ା ପଞ୍ଚାୟତର ସାମନ୍ତରାପୁର ଗାଁରେ। ୬ମାସର ଛୁଆ ଆଗରେ ମା’କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ପରିବାର ଲୋକେ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ଘର ଭିତରୁ ମୃତଦେହକୁ ଉଦ୍ଧାର କରାଯାଇଛି। ଶାଶୁଘର ଲୋକଙ୍କ ନାଁରେ ବାପଘର ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଛି। ଘଟଣା ପରେ ଶାଶୁଘର ଲୋକେ ଫେରାର ହୋଇଯାଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ସାମନ୍ତରାପୁର ଗାଁର ଏକ ବନ୍ଦ ଘରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିଲା । ଏହି ଘଟଣା ପରେ ମହିଳାଙ୍କ ସ୍ୱାମୀ ଏବଂ ତାଙ୍କ ପରିବାର ଲୋକେ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲେ । ମହିଳାଙ୍କ ବାପଘର ଲୋକେ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚିଥିଲେ । ସେଠାରେ ପହଞ୍ଚି ଝିଅର ମୃତଦେହ ଦେଖିବାକୁ ପାଇଥିଲେ । ଏହା ଦେଖି ଝିଅକୁ ହତ୍ୟା କରାଯାଇଥିବା ନେଇ ଟାଙ୍ଗି ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ ବାପଘର ଲୋକ । ଉକ୍ତ ଅଭିଯୋଗ ଆଧାରରେ ଘଟଣାର ତଦନ୍ତ ଚଳାଇଛି ଟାଙ୍ଗି ଥାନା ପୋଲିସ । ତଦନ୍ତ ପରେ ଘଟଣା ସମ୍ପର୍କରେ ଏଧିକ ତଥ୍ୟ ସାମ୍ନାକୁ ଆସିବ ବୋଲି ଆଶା କରାଯାଉଛି ।