ରାଜଧାନୀରେ ବାର ଡ୍ୟାନ୍ସରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

ରାଜଧାନୀରେ ବାର ଡ୍ୟାନ୍ସରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

ଭୁବନେଶ୍ବର: ରାଜଧାନୀରେ ବାର ଡ୍ୟାନ୍ସରଙ୍କ ସନ୍ଦେହଜନକ ମୃତ୍ୟୁ ।  ବନ୍ଦ ଘରେ ରକ୍ତାକ୍ତ ଅବସ୍ଥାରେ ପଡିଛି ମୃତଦେହ । ପାହାଳ ଥାନା ଅନ୍ତର୍ଗତ ଶିବଶକ୍ତି ନଗରରେ ଘଟିଛି ଅଭାବନୀୟ ଅଘଟଣ।  ମୃତ ଯୁବତୀଙ୍କ   ଘର ଚଣ୍ଡୀଗଡ଼ । କଟକ ରୋଡର ଏକ ଡ୍ୟାନ୍ସ ବାରରେ କାମ କରୁଥିଲେ ଉକ୍ତ ଯୁବତୀ ଜଣଙ୍କ । ବିଲ୍ଡିଂ ଭିତରେ ୨୫ ଜଣ ଯୁବତୀ ରହୁଥିବା ଜଣାପଡିଛି। ପାହାଳ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।  ପାରିପାର୍ଶ୍ବିକ ପରିସ୍ଥିତି ଦେଖି ଆତ୍ମହତ୍ୟା ମାମଲା ରୁଜୁ କରାଯାଇଛି।  ଟେଲିଫୋନ, ସୋସିଆଲ ମିଡିଆ ମେସେଜ ଯାଞ୍ଚ କରୁଛି ପୁଲିସ।