ନନ୍ଦନକାନନରେ ନୂତନ ପ୍ରାଣୀ ସଂଗ୍ରହ ପାଇଁ ସହାୟତା
ଭୁବନେଶ୍ୱର : ନନ୍ଦନକାନନରେ ଜୈବ ବିବିଧତାକୁ ସମୃଦ୍ଧ କରିବା ପାଇଁ ଦେଶ ବିଦେଶର ବିଭିନ୍ନ ଚିଡ଼ିଆଖାନାରୁ ନୂତନ ପ୍ରାଣୀ ସଂଗ୍ରହ ପାଇଁ ପଦକ୍ଷେପ ନିଆଯାଉଛି । ଏଥିସହିତ ପୋଷ୍ୟ ପ୍ରାଣୀ କାର୍ଯ୍ୟକ୍ରମ ଜରିଆରେ ନନ୍ଦନକାନନ ପ୍ରାଣୀମାନଙ୍କର ଯନô, ପାଳନପୋଷଣ ଏବଂ ଅନ୍ୟ ଚିଡିଆଖାନାମାନଙ୍କରୁ ପ୍ରାଣୀ ସଂଗ୍ରହ ପାଇଁ ବିଭିନ୍ନ ଘରୋଇ ଅନୁଷ୍ଠାନ ଓ ବ୍ୟକ୍ତିବିଶେଷଙ୍କୁ ମଧ୍ୟ ସାମିଲ କରାଯାଉଛି । ଏହି କ୍ରମରେ ସୁନ୍ଦରଗଡ଼ର ମେସର୍ସ ଗୀତାରାଣୀ ମହାନ୍ତି ରାଇକେଲା ଆଇରନ ଓର ମାଇନ୍ସ ପକ୍ଷରୁ ମ୍ୟାନେଜିଂ ପାର୍ଟନର ଶ୍ରୀନିବାସ ସାହୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ସାକ୍ଷାତ କରି ପ୍ରାଣୀ ସଂଗ୍ରହ ଓ ପାଳନପୋଷଣ ପାଇଁ ୧ କୋଟି ୬୭ ଲକ୍ଷ ୧୭ ହଜାର ୪୦୦ ଟଙ୍କାର ଆର୍ଥôକ ସହାୟତା ଚେକ୍ ଆକାରରେ ପ୍ରଦାନ କରିଛନ୍ତି । ଏହି ସହାୟତା ରାଶି ନନ୍ଦନକାନନ ଚିଡିଆଖାନା ପ୍ରକଳ୍ପର ଆନିମଲ ଆଡପସନ୍ ଆକାଉଣ୍ଟକୁ ପ୍ରଦାନ କରାଯାଇଛି ।