ନାନୋ ୟୁନିକର୍ଣ୍ଣ ଯୋଜନା ଉଦ୍ୟାପିତ
କେନ୍ଦ୍ରାପଡ଼ା : ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ, ଓଡିଶା ସରକାରଙ୍କ ଦ୍ୱାରା ନାନୋ ୟୁନିକର୍ନ୍ ଯୋଜନାର ସଫଳତା ନିମନ୍ତେ ଜିଲ୍ଲା ପ୍ରଶାସନ, କେନ୍ଦ୍ରାପଡା ଓ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟ ନାନୋ ୟୁନିକର୍ନ୍ ଯୋଜନା ମାଧ୍ୟମରେ ଦକ୍ଷତା ବିକାଶ ତାଲିମ ପ୍ରଦାନ ପାଇଥିବା ପ୍ରାର୍ଥୀ ଓ ପ୍ରାର୍ଥୀନୀ ମାନଙ୍କୁ ଉଦ୍ୟୋଗତା ରୂପେ ଆତ୍ମ ନିର୍ଭରଶୀଳ ହେବା ନିମନ୍ତେ ଏକ ଦଶ ଦିନିଆ ତାଲିମ ପ୍ରଦାନ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଯୋଜନା ନିମନ୍ତେ ଅନଲାଇନ ମାଧ୍ୟମରେ ପ୍ରାର୍ଥୀ ଓ ପ୍ରାର୍ଥୀନୀ ମାନେ ଆବେଦନ କରିଥିଲେ ଏବଂ ଅଧିକୃତ କମିଟି ଦ୍ୱାରା ଉପଯୁକ୍ତ ପ୍ରାର୍ଥୀ ଓ ପ୍ରାର୍ଥୀନୀ ଚୟନ କରାଯାଇ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଟାଟା ଷ୍ଟ୍ରାଇଭ୍ ଅଧିକାରୀଙ୍କ ଦ୍ୱାରା ତାଲିମ ପ୍ରଦାନ କରାଯାଇଥିଲା । ଏହି ତାଲିମ
ଟାଟା ଷ୍ଟ୍ରାଇଭ ଉଦ୍ୟୋଗୀକରଣ ତାଲିମ ପ୍ରଦାନ ଅଧିକାରୀ ଡେନିଶ ରାଜ୍ ନାୟକ , ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟର କର୍ମଚାରୀ ବିଜୟ ପତି, ଶ୍ରଦ୍ଧାଞ୍ଜଳୀ ପ୍ରଧାନ, ରିଚା ବିଶ୍ୱାଳ, ଜିତେନ୍ଦ୍ର ସେଠୀ, ଆଶୁତୋଷ ତ୍ରିପାଠୀ, ହରିଚନ୍ଦନ ରାଉତ ପ୍ରମୁଖ ସହଯୋଗ କରିଥିଲେ । ଉଦ୍ୟାପନ ଦିବସରେ ଲିଡ୍ ବ୍ୟାଙ୍କ୍ ମ୍ୟାନେଜର ମନୋଜ ପ୍ରଧାନୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀବିଜୟ କେତନ ସାହୁ ତାଲିମ ପ୍ରାପ୍ତ ଯୁବକ ଓ ଯୁବତୀଙ୍କୁ ଉଦବୋଧନ ଦେଇ କହିଥିଲେ । ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର ଏବଂ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ଘନଶ୍ୟାମ ସା ତାଲିମ ପ୍ରାପ୍ତ ଯୁବକ ଓ ଯୁବତୀଙ୍କୁ ମାନପତ୍ର ପ୍ରଦାନ କରିଥିଲେ । ଏହି ଯୋଜନାରେ ତାଲିମ ପ୍ରାପ୍ତ ଯୁବକ ଓ ଯୁବତୀ ମାନଙ୍କୁ ୧ ଲକ୍ଷ ଟଙ୍କାର ଆର୍ଥିକ ରାଶି ପ୍ରଦାନ କରାଯିବାର ବ୍ୟବସ୍ତା କରାଯାଇଛି