ଓଡ଼ିଶାରେ ପ୍ରଥମ ଥର ଆସିବ ଡବଲ ଇଞ୍ଜିନ ସରକାର : ମୋଦି

ଆସନ୍ତା ମାସ ୪ ତାରିଖରେ ସମଗ୍ର ଦେଶରେ ନିର୍ବାଚନୀ ଫଳାଫଳ ପ୍ରକାଶ ପାଇବ। ଦୀର୍ଘ ୨୫ ବର୍ଷ ଧରି ଶାସନ କରୁଥିବା ବିଜେଡି ସରକାରର ଜୁନ୍ ୪ ତାରିଖ ହେଉଛି ଏକ୍ସପାରୀ ଡେଟ୍।’ ଆଜି ଦକ୍ଷିଣ ଓଡ଼ିଶାରେ ପାୱାରଫୁଲ୍ ଶୋ’ କରି ଏପରି ଭାବେ ବିଜେଡି ଉପରେ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ବ୍ରହ୍ମପୁର ସହର ଉପକଣ୍ଠ କନିଷିରେ ମୋଦି ହଜାର ହଜାର ଲୋକଙ୍କ ଜନସମାବେଶକୁ ଉଦ୍ବୋଧନ ଦେଇଛନ୍ତି। ଏହି ଅବସରରେ ବିଜେଡି ତଥା କଂଗ୍ରେସ ସରକାରଙ୍କୁ ଟାର୍ଗେଟ କରି ଖୁବ୍ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ଏହି ଅବସରରେ ମୋଦି କହିଛନ୍ତି, ଚଳିତ ନିର୍ବାଚନରେ ଓଡ଼ିଶାରେ ପ୍ରଥମ ଥର ଡବଲ ଇଞ୍ଜିନ ସରକାର ଆସିବ। ବିଜେପି ଯାହା କହିଥାଏ, ତାହା କରିକି ଦେଖାଇଥାଏ। ଆସନ୍ତା ମାସ ୪ ତାରିଖରେ ବିଜେଡି ସରକାରର ଏକ୍ସପାରୀ ଡେଟ ଲେଖାଅଛି।
ଆଉ ମାସେ ପରେ ଅର୍ଥାତ ୬ ଜୁନ୍ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଫାଇନାଲ ହେବ। ୧୦ ଜୁନ୍ରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ହେବ। ଉକ୍ତ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବାକୁ ଆପଣ ସମସ୍ତଙ୍କୁ ନିମନ୍ତ୍ରଣ ରହିଲା।
ଓଡ଼ିଶାରେ ବିଜେପି ସରକାର ଆସିବା ପରେ ଆମେ ସଙ୍କଳ୍ପପତ୍ରର ଗୋଟିଏ ଗୋଟିଏ ପ୍ରତିଶ୍ରୁତି ପୂରଣ କରିବୁ। ଏହା ମୋଦିର ଗ୍ୟାରେଣ୍ଟି ବୋଲି ଦୃଢ଼ତାର ସହ କହିଛନ୍ତି ପ୍ରଧାନମନ୍ତ୍ରୀ।