ଆଜି ରାୟଗଡ଼ା ରେଳ ମଣ୍ଡଳ ଭବନ ପାଇଁ ଶୁଭ ଦେବେ ପ୍ରଧାନମନ୍ତ୍ରୀ

ଆଜି ରାୟଗଡ଼ା ରେଳ ମଣ୍ଡଳ ଭବନ ପାଇଁ ଶୁଭ ଦେବେ ପ୍ରଧାନମନ୍ତ୍ରୀ

ରାୟଗଡ଼ା: ଆଜି ରାୟଗଡ଼ା ରେଳ ମଣ୍ଡଳ ଭବନ ପାଇଁ ଶୁଭ ଦେବେ ପ୍ରଧାନମନ୍ତ୍ରୀ। ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସିଂରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାୟଗଡ଼ା ରେଳ ମଣ୍ଡଳ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏଥିସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କରିବାର କାର୍ୟ୍ୟକ୍ରମ ରହିଛି। ଜମ୍ମୁରେ ପ୍ରଧାନମନ୍ତ୍ରୀଙ୍କ ସହିତ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଉପସ୍ଥିତ ରହିବେ। ଏହି ଅବସରରେ ରାୟଗଡ଼ା ଅଧିଷ୍ଠାତ୍ରୀ ମା’ ମଝିଘରିଆଣୀ ମାଟିରେ ରାଜ୍ୟପାଳ ଡକ୍ଟର କେ.ହରି ବାବୁ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିବେ।